୫୩୮ ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ବିକାଶ କାର୍ଯ୍ୟ କରାଯାଇ ଜଳବାୟୁ ପ୍ରତିରୋଧୀ କୃଷିକୁ ପ୍ରୋତ୍ସାହନ

ଭୁବନେଶ୍ୱର, 14/09:ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ଏବଂ ପରିଚାଳନା କମିଟିର ଦ୍ୱାଦଶ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଭନ୍ନ ଫସଲ ପାଇଁ ଜଳର ସୁଷମ ବଣ୍ଟନ, ଜଳର ଉପଯୁକ୍ତ ପରିଚାଳନା, ଯାନ୍ତ୍ରିକ ବ୍ୟବହାର ମାଧ୍ୟମରେ ସିଧାସଳଖ ଜମିରେ ବିହନ ବୁଣିବା, ସବୁଜ ସାର ସୃଷ୍ଟି, ଧାନ ଚାଷ ସହିତ ମାଛ ଚାଷ, ବୈଜ୍ଞାନିକ ପଦ୍ଧତିରେ ମାଛ ଚାଷ ଭଳି ଅଭ୍ୟାସ, ଜଳବାୟୁ ସହନଶୀଳ କୃଷିକୁ ପ୍ରୋତ୍ସାହିତ କରିବା ସହିତ ଜଳ ବ୍ୟବହାରକାରୀ ଏବଂ କୃଷକଙ୍କ ଜୀବନକୁ କିପରି ପରିବର୍ତ୍ତନ କରୁଛି, ସେ ସଂପର୍କରେ ବିସ୍ତୃତ ଉପସ୍ଥାପନ କରାଯାଇଥିଲା । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଗିରୀଶ ଏସ୍ .ଏନ୍ ଙ୍କ ସହିତ କୃଷି, ଉଦ୍ୟାନ କୃଷି ଓ ସମ୍ପୃକ୍ତ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀ ତଥା ପରିଷଦର ସଦସ୍ୟମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରି ମତ ରଖିଥିଲେ ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ