୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ଓଡ଼ିଶାର ଦକ୍ଷିଣ ଓ ଉପକୂଳ ଜିଲାଗୁଡ଼ିକରେ ଭୀଷଣ ବର୍ଷା ସହ ପବନର ପ୍ରଭାବ ଦେଖାଦେବ। ତେବେ ଉପକୂଳ ଛୁଇଁବା ପୂର୍ବରୁ ସମୁଦ୍ରରେ ପବନରେ ବେଗ ଘଣ୍ଟାପ୍ରତି ୫୫ରୁ ୬୫ କି.ମି. ଓ ସର୍ବାଧିକ ୭୫ କି.ମି. ରହିପାରେ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ବୁଧବାରଠାରୁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଘଡ଼ଘଡ଼ି ସହିତ ଝଡ଼ବର୍ଷା ଓ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ନେଇ ଏସବୁ ଜିଲାକୁ ସତର୍କ କରାଯାଇଛି। ଏଥିସହ ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହି ଜିଲାଗୁଡିକରେ ଝଡ଼ବର୍ଷା ସହ ୫୦ ରୁ ୬୦ କି.ମି. ବେଗରେ ପବନ ବହିପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ବରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଗୁରୁବାର ମଧ୍ୟ ପ୍ରବଳ ବର୍ଷା ହେବାକୁ ଥିବାବେଳେ ନବରଙ୍ଗପୁର ଜିଲାକୁ ରେଡ୍‌ ଓ୍ବାର୍ନିଂ ଦିଆଯାଇଛି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ