୬୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ସୀମାନ୍ତ ତେଲଙ୍ଗାନା ଭଦ୍ରାଦି କତାଗୁଡ଼େମ ଜିଲାରେ ୬୪ ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। କତାଗୁଡ଼େମ ଜିଲାର ଆଇଜି ଚନ୍ଦ୍ରଶେଖର ରେଡ୍ଡୀଙ୍କ ନେତୃତ୍ବରେ ପୁଲିସ ଓ ସିଆର୍‌ପିଏଫ୍‌ର ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ମିଳିତ ଭାବେ ଚାଲିଥିବା ମାଓ ଦମନ ଅଭିଯାନ ଚେୟୁତା ମାଧ୍ୟମରେ ମାଓବାଦୀ ଆକର୍ଷିତ ହୋଇଛନ୍ତି। ସେମାନେ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସମସ୍ତେ ପୂର୍ବରୁ ତେଲଙ୍ଗାନା ଓ ଛତିଶଗଡ଼ ରାଜ୍ୟରେ ଅନେକ ମାଓ ହିଂସା କାଣ୍ଡ ଘଟାଇବା ସହ ସରକାରଙ୍କ ବିରୋଧରେ ସାଧାରଣ ଜନତାଙ୍କୁ ପ୍ରବର୍ତ୍ତାଉ ଥିଲେ। ସରକାରଙ୍କ ମାଓଦମନ ନୀତି କଠୋର ସହ ବିକାଶ ମୂଳକ କାର୍ୟ୍ୟ ଓ ମାଓ ସଙ୍ଗଠନ ନିଜର ସ୍ଥିତି ହରାଉଥିବା ଦେଖି ୬୪ ମାଓବାଦୀ ସାଧାରଣ ଜୀବନ ଯାପନ ପାଇଁ ନିଷ୍ପତ୍ତି ନେଇ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତେଲଙ୍ଗାନା ସରକାରଙ୍କ ନିୟମ ଅନୁସାରେ ୬୪ ଜଣଙ୍କୁ ୨୫ ହଜାର ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଥିବା ନେଇ ଏସ୍‌ପି ରୋହିତ ରାଜ ପ୍ରକାଶ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ସମସ୍ତ ସୁବିଧା ସୁଯୋଗ ପ୍ରଦାନ କରାଯିବ ବୋଲି ଆଇଜି ପ୍ରକାଶ କରିଛନ୍ତି।

  • Related Posts

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ କାଠିଆପଡ଼ା ଗ୍ରାମର କଲେଜ ଛାତ୍ରୀ ଜଳିଯିବା ମାମଲାରେ ବଡ଼ ଅପ୍‌ଡେଟ୍। ଅଭିଯୁକ୍ତ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୁଲିସ। ତାଙ୍କ ମୋବାଇଲ ଜବତ ହୋଇଥିବା ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ସୁରାକ ମିଳିଛି। ସବୁ…

    ଯୁବତୀଙ୍କୁ ଉଠାଇ ନେଲେ

    ଉଦଳା: ବାପା-ମା’ଙ୍କ ସହିତ ବଜାର ଯାଇଥିଲେ ଯୁବତୀ । ଦୋକାନ ବାହାରେ ଆସି ଛିଡା ହୋଇଥିବା ବେଳେ ଅଚାନକ ୪ ଜଣ ଯୁବକ ମାସ୍କ ପିନ୍ଧି ବାଇକରେ ଆସି ଯୁବତୀଙ୍କୁ ଉଠାଇ ନେଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ