୬୮ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ମାଆ ଓ ପୁଅ ଗିରଫ

କାମାକ୍ଷାନଗର: କାମାକ୍ଷାନଗର ଅବକାରୀ ବଭାଗର ବଡ଼ ସଫଳତା । ୬୮୦ ଗ୍ରାମର ବ୍ରାଉନସୁଗାର ଜବତ, ଯାହାର ଆନୁ୍ମାନିକ ମୂଲ୍ୟ ୬୮ ଲକ୍ଷ ଟଙ୍କା ହେବ। ବିଶେଷ ସୂତ୍ରରୁ ଖବର ପାଇ କାମାକ୍ଷାନଗର ସହରର ମୁଣ୍ଡିଦେଉଳି ସାହିରେ ବ୍ରାଉନସୁଗାର କାରବାର ନେଇ ଚଢ଼ାଉ କରିଥିଲା ଅବକାରୀ ବିଭାଗର ଦୁଇଟି ଟିମ୍ କ୍ଷ ଗିରଫ ଦୁଇ ଜଣ ମା ଓ ପୁଅ ହୋଇଥିବା ବେଳେ ଚଢ଼ାଉ ବେଳେ ଅନ୍ୟ ଜଣେ ପୁଅ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା କହିଛି ଅବକାରୀ ବିଭାଗ।

ଅବକାରୀ ବିଭାଗକୁ ଚକମା ଦେଇ ବହୁ ଦିନ ହେଲା ମାଆ ପୁଅ ଏଠାରେ ବ୍ୟବସାୟ କରିଆସୁଥିଲେ। କାମାକ୍ଷାନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବ୍ୟବସାୟ ବଢି ଚାଲିଥିବା ବେଳେ ବିଶେଷ କରି ଯୁବପିଢିମାନେ ଏଥିରେ ନିୟୋଜିତ ରହୁଥିଲେ। ଫେରାର ଥିବା ଅଭିଯୁକ୍ତକୁ ଗିରଫ ପାଇଁ ଅବକାରୀ ବିଭାଗ କହିଥିବା ବେଳେ ଆହୁରି ଅଧିକ ତଦନ୍ତ ଜାରି ରହିଛି।ଏତେ ପରିମାଣର ଜବତ ହେବା ଢେଙ୍କାନାଳ ଜିଲ୍ଲାରେ ଏହା ପ୍ରଥମ ଘଟଣା। ତେଣୁ କେଉଁ ଅଞ୍ଚଳରୁ ଏହା ଆସୁଥିଲା ସେନେଇ ତଦନ୍ତ କରିବା ସହ ରାଜ୍ୟ ବାହାରର ବ୍ରାଉନସୁଗାର ବେପାରିଙ୍କ ସହିତ ସଂପର୍କ ଥିବା ଅନୁମାନ କରିଛି ଅବକାରୀ ବିଭାଗ।

  • Related Posts

    କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

    ଭୁବନେଶ୍ବର: କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍‌ ଠାବ ହୋଇଛି। ରେଡ୍‌ ବେଳେ…

    Continue reading
    ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ

    ଭୁବନେଶ୍ୱର : ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ସୋମବାର ଖବର ସାମ୍ନାକୁ ଆସିଛି। ଷ୍ଟେସନରେ ଛାଡି ଦେବାକୁ କହି ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ତମାଣ୍ଡୋ ଥାନା ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ପୁଲିସ ୨…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ