୬ ଜିଲ୍ଲାର ପୁନରୁଦ୍ଧାର ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ୪୮୨.୪୨ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ବାତ୍ୟା ‘ଅର୍ଣ୍ଣବ’ ଏବଂ ଏହାର ପରବର୍ତ୍ତୀ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ଜିଲ୍ଲାଗୁଡ଼ିକର ତ୍ୱରିତ ପୁନରୁଦ୍ଧାର ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ କୁ ଅର୍ଥ ମଞ୍ଜୁର କରାଯାଇଛି । ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଡିଆର୍‌ଏଫ୍‌) ପାଣ୍ଠିରୁ ବିଭିନ୍ନ କ୍ଷତିଗ୍ରସ୍ତ ପ୍ରକଳ୍ପର ମରାମତି ଏବଂ ପୁନର୍ନିର୍ମାଣ ନିମନ୍ତେ ମୋଟ୍ ୪୮୨ କୋଟି ୪୨ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।
ଏହି ପ୍ରଳୟଙ୍କରୀ ବାତ୍ୟା ଓ ବନ୍ୟା ଯୋଗୁଁ ରାଜ୍ୟର ମୋଟ ୬ଟି ଜିଲ୍ଲା ବିଶେଷ ଭାବେ ପ୍ରଭାବିତ ହୋଇଛି। ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ପ୍ରକଳ୍ପ ପାଇଁ ସର୍ବାଧିକ ୩୦୬ କୋଟି ୫୪ ଲକ୍ଷ ଟଙ୍କା ,ଗଜପତି ଜିଲ୍ଲାରେ ୧୦୯ କୋଟି ୯୭ ଲକ୍ଷ, କନ୍ଧମାଳରେ ୪୨ କୋଟି ୫୭ ଲକ୍ଷ, ନୂଆପଡ଼ାରେ ୧୫ କୋଟି ୮ ଲକ୍ଷ, ନବରଙ୍ଗପୁରରେ ୭ କୋଟି ୭୮ ଲକ୍ଷ ଏବଂ ରାୟଗଡ଼ାରେ ୯୭ ଲକ୍ଷ ୬୦ ହଜାର ଟଙ୍କାର କ୍ଷୟକ୍ଷତି ପାଇଁ ଅର୍ଥ ଅନୁମୋଦନ କରାଯାଇଛି।

ପ୍ରାକୃତିକ ଦୁର୍ବିପାକ ଯୋଗୁଁ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷତି ଘଟିଛି। ବିଶେଷ କରି ବିଦ୍ୟାଳୟ କୋଠା, କମ୍ୟୁନିଟି ହଲ୍‌, ପଞ୍ଚାୟତ ଘର, ଅଙ୍ଗନବାଡ଼ି କେନ୍ଦ୍ର, ଗ୍ରାମ ପଞ୍ଚାୟତ ଓ ପଞ୍ଚାୟତ ସମିତି ରାସ୍ତା, ପୋଲ, କଲଭର୍ଟ, ସ୍ୱାସ୍ଥ୍ୟ ଉପକେନ୍ଦ୍ର, ପାନୀୟ ଜଳ ପ୍ରକଳ୍ପ ଏବଂ ନଳକୂପ ଆଦି କ୍ଷତିଗ୍ରସ୍ତ ପାଇଁ ଅର୍ଥ ଅନୁମୋଦନ କରାଯାଇଛି।

ଏହି ଆର୍ଥିକ ସହାୟତା ଦ୍ୱାରା ପ୍ରଭାବିତ ଜନସାଧାରଣଙ୍କ ମୌଳିକ ସୁବିଧା ଯଥା ପାନୀୟ ଜଳ ଯୋଗାଣ ଏବଂ ଯାତାୟାତ ବ୍ୟବସ୍ଥାକୁ ଯଥାଶୀଘ୍ର ପୂର୍ବବସ୍ଥାକୁ ଅଣାଯାଇପାରିବ ବୋଲି ପ୍ରଶାସନ ପକ୍ଷରୁ ଆଶା ପ୍ରକାଶ କରାଯାଇଛି।

  • Related Posts

    ମାର୍ଚ୍ଚ ୧୨ରୁ ମାଟ୍ରିକ ପରୀକ୍ଷା

    କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ୍ ସାର୍ଟିଫିକେଟ ପରୀକ୍ଷା ୨୦୨୭ (ମାଟ୍ରିକ) ଆଗାମୀ ମାର୍ଚ୍ଚ ୧୨ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖରେ ଶେଷ ହେବ । ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ…

    Continue reading
    ଟ୍ରକକୁ ଧକ୍କା ଦେଲା ପଶ୍ଚିମବଙ୍ଗ ବସ, 16 ଆହତ

    ଯାଜପୁର: ବଡଚଣା ଓଭର ବ୍ରିଜ୍ ନିକଟରେ ଆଜି ସକାଳ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଯାଇଛି । ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଛି । ଦୁର୍ଘଟଣାରେ 16…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି