୬ ସପ୍ତାହ ଭିତରେ ସ୍ବାଧୀନତା ସଂଗ୍ରାମୀଙ୍କୁ ପେନ୍‌ସନ ଦିଅ: ହାଇକୋର୍ଟ

କଟକ: ଦେଶର ସ୍ବାଧୀନତା ସଂଗ୍ରାମରେ ଅଂଶଗ୍ରହଣ କରିଥିବା ଜଣେ ଶତାୟୁ ସଂଗ୍ରାମୀଙ୍କୁ ଏ ପର୍ୟ୍ୟନ୍ତ ପେନସନ ପ୍ରଦାନ କରା ନ ଯିବା ଘଟଣାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ଆଉ ବିଳମ୍ବ ନ କରି ୬ ସପ୍ତାହ ଭିତରେ ୧୦୧ ବର୍ଷିୟ ସ୍ବାଧୀନତା ସଂଗ୍ରାମୀଙ୍କୁ ପେନସନ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନି‌ର୍ଦ୍ଦେଶ ଦେଇଛନ୍ତି।ସ୍ବାଧୀନତା ପାଇଁ ଦେଇଥିବା ବଳିଦାନ ଲାଗି ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ମାନ ପ୍ରଦାନ କରିବା ସରକାରଙ୍କ ବିଧିସମ୍ମତ କର୍ତ୍ତବ୍ୟ ବୋଲି ହାଇକୋର୍ଟ କହିଛନ୍ତି। ୨୦୦୨, ଅକ୍ଟୋବର ୯ର ବିଜ୍ଞପ୍ତି ଅନୁସାରେ ସବୁ ଦୃଷ୍ଟିରୁ ଯୋଗ୍ୟ ଆବେଦନକାରୀ ସ୍ବାଧୀନତା ସଂଗ୍ରାମୀ ପେନସନ ପାଇବାକୁ ଯୋଗ୍ୟ। ତେଣୁ ଆବେଦନକାରୀଙ୍କୁ ସ୍ବାଧୀନତା ସଂଗ୍ରାମୀ ପେନସନ ପ୍ରଦାନ କରିବାକୁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ବ୍ରହ୍ମାନନ୍ଦ ଜେନାଙ୍କ ତରଫରୁ ଦାୟର ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ