୮ରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ’ସୁଭଦ୍ରା ଯୋଜନା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଆଗାମୀ ଫେବ୍ରୁଆରି ୮ ତାରିଖରେ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏଣୁ ଯେଉଁମାନଙ୍କ ପାଖକୁ ବ୍ୟାଙ୍କରୁ ଫୋନ୍ ଯିବ, ସେମାନେ ୩ ଓ ୪ ତାରିଖରେ ବ୍ୟାଙ୍କକୁ ଯାଇ ନିଜର ଇକେୱାଇସି ଠିକ୍ କରିଦେଲେ ସେମାନଙ୍କୁ ବି ସୁଭଦ୍ରା ଟଙ୍କା ଦିଆଯିବ। ଯଦି ୩/୪ରେ ଏନପିସିଆଇ କ୍ଲିଅର୍ ହୋଇଯିବ, ତେବେ ’ସୁଭଦ୍ରା ଯୋଜନା’ରେ ୧ କୋଟି ହିତାଧିକାରୀ ହୋଇଯିବ। ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯେତେସଂଖ୍ୟକ ମହିଳାଙ୍କୁ ସମ୍ଭବ ଦିଆଯିବ। ଓଡ଼ିଶା ସରକାର ଟଙ୍କା ଦେବାରେ ହେଳା କରିବେ ନାହିଁ। ଏଯାଏ ୮୦ଲକ୍ଷ ମହିଳାଙ୍କ ବ୍ୟାଙ୍କ ଏକାଉଣ୍ଟକୁ ସୁଭଦ୍ରା ଟଙ୍କା ଯାଇସାରିଛି।
ସୂଚନାଯୋଗ୍ୟ, ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପାଇବା ପାଇଁ ଆବେଦନକାରୀମାନେ ଅପେକ୍ଷାରେ ଅଛନ୍ତି। ଅପେକ୍ଷାରତ ଅବେଦନକାରୀଙ୍କୁ କେବେ ଟଙ୍କା ମିଳିବ ସେନେଇ ବିଧିବଦ୍ଧ ଭାବେ ତାରିଖ ଘୋଷଣା ହେବା ପରେ ହିତାଧିକାରୀମାନେ ଖୁସି। ଗତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ଶୁଭାରମ୍ଭ ହୋଇଥିବା ଯୋଜନାରୁ ଅନେକ ମହିଳା ଉପକୃତ ହୋଇଛନ୍ତି। ଏଣେ ମାର୍ଚ୍ଚ ୮ ତାରିଖରେ ’ସୁଭଦ୍ରା ଯୋଜନା’ର ଦ୍ବିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଟଙ୍କା ମିଳିବ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଯାଜପୁରରେ ଚତୁର୍ଥ ପର୍ଯ୍ୟାୟ ଟଙ୍କା ଦେବେ ସରକାର। ଏହା ପୂର୍ବରୁ ଏନପିସିଆଇ ସମସ୍ୟା ଥିବା ହିତାଧିକାରୀଙ୍କୁ ବ୍ୟାଙ୍କ ଯାଇ କ୍ଲିୟର କରନ୍ତୁ। ୩ ଏବଂ ୪ ତାରିଖରେ ବ୍ୟାଙ୍କ ଯାଇ ଏନପିସିଆଇ କ୍ଲିୟର କରନ୍ତୁ। ଏବେ ବି ଅଢେଇ ଲକ୍ଷ ହିତାଧିକାରୀଙ୍କ ଏନପିସିଆଇ ସମସ୍ୟା ଅଛି। ଏକ ଲକ୍ଷରୁ ଅଧିକ ମହିଳାଙ୍କ ଇ କେୱାଇସି ସମସ୍ୟା ରହିଛି। ୮ ତାରିଖ ପୂର୍ବରୁ ଏହାର ସମାଧାନ କଲେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରାରେ ସାମିଲ ହୋଇପାରିବେ।

  • Related Posts

    ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍

    ନୂଆଦିଲ୍ଲୀ: ଗଣ ଯୋଗାଯୋଗ କ୍ଷେତ୍ରରେ କେନ୍ଦ୍ର-ରାଜ୍ୟ ସମନ୍ୱୟକୁ ସୁଦୃଢ଼ କରିବା, ପ୍ରେସ୍ ସେବା ପୋର୍ଟାଲ୍ ଏବଂ ଇଣ୍ଡିଆ ସିନେ ହବ୍ର ପୂର୍ଣ୍ଣାଙ୍ଗ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ତଥା ଚଳଚ୍ଚିତ୍ର ଭିତ୍ତିଭୂମି ବିକାଶ ଓ ବିଭିନ୍ନ କ୍ଷେତ୍ରରେ ଭାରତର ସୃଜନଶୀଳ ଅର୍ଥବ୍ୟବସ୍ଥାକୁ ପ୍ରୋତ୍ସାହିତ…

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ଭୁବନେଶ୍ୱର:ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । ୩ ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

    ଧାରଣାରେ ୫୫ ଆଦିବାସୀ ପରିବାର

    ଇନଷ୍ଟ୍ରାଗ୍ରାମରେ ଦୀପିକାଙ୍କ ନୂଆ ରେକର୍ଡ ରିଲ୍ସକୁ ମିଳିଲା ୧.୯ ବିଲିୟନ ଭ୍ୟୁ

    ୧୫ ହଜାର ଲାଞ୍ଚ ନେବାବେଳେ ଶିକ୍ଷା ବିଭାଗ କିରାଣିଙ୍କୁ ଧରିଛି ଭିଜିଲାନସ୍