୮ରେ ରାଜ୍ୟ ବିଜେପିକୁ ମିଳିବ ନୂଆ ସଭାପତି

ଭୁବନେଶ୍ୱର : ଜୁଲାଇ ୮ରେ ରାଜ୍ୟ ବିଜେପିକୁ ମିଳିଯିବ ନୂଆ ମଙ୍ଗୁଆଳ। ରାଜ୍ୟ ବିଜେପି ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ପାଇଁ ଶୁକ୍ରବାର ରାଜ୍ୟ ନିର୍ବାଚନ ଅଧିକାରୀ ତଥା ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଦସ୍ତଖତରେ ବିଜ୍ଞପ୍ତି ଜାରି ହୋଇଛି। ଜୁଲାଇ ୬ରେ ଅନ୍ତରୀଣ ମତଦାତା ସୂଚୀ, ୭ରେ ନାମାଙ୍କନପତ୍ର ଦାଖଲ ଏବଂ ୮ରେ ଚୂଡ଼ାନ୍ତ ଫଳ ପ୍ରକାଶ ପାଇବ।
ରାଜ୍ୟ ବିଜେପି ସଭାପତି ନିର୍ବାଚନ ପ୍ରାୟ ୬ମାସ ବିଳମ୍ବିତ ହୋଇଛି। ଦଳର ନେତୃତ୍ବ କିଏ ନେବ ତାକୁ ନେଇ ଲାଗି ରହିଥିବା ଉତ୍କଣ୍ଠା ଆସନ୍ତା ୮ରେ ଦୂର ହେବ। ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ. କେ. ଲକ୍ଷ୍ମଣଙ୍କ ନିର୍ଦେଶାନୁଯାୟୀ କିଛି ଅନିବାର୍ୟ୍ୟ କାରଣବଶତଃ ସ୍ଥଗିତ ଥିବା ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ପ୍ରକ୍ରିୟା ସମୟ ସାରଣୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପ୍ରକ୍ରିୟା ଆସନ୍ତା ୬ରୁ ଆରମ୍ଭ ହୋଇ ୮ରେ ଶେଷ ହେବ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ତଥା ରାଜ୍ୟ ସହ ନିର୍ବାଚନ ଅଧିକାରୀ ଡ. ଯତୀନ ମହାନ୍ତି ସୂଚନା ଦେଇଛନ୍ତି। ୬ ତାରିଖ ପୂର୍ବାହ୍ଣ ୧୧ଟାରେ ଅନ୍ତରୀଣ ମତଦାତାଙ୍କ ସୂଚୀ ପ୍ରକାଶ ପାଇବ। ସେହିଦିନ ମଧ୍ୟାହ୍ନ ୧୨ଟାରୁ ଅପରାହ୍ଣ ୨ଟା ସୁଦ୍ଧା ମତଦାତାଙ୍କ ସୂଚୀ ଉପରେ ବିଭିନ୍ନ ଆପତ୍ତି ଓ ଅଭିଯୋଗର ଯାଞ୍ଚ କରାଯିବା ପରେ ଅପରାହ୍ଣ ୨ରୁ ସନ୍ଧ୍ୟା ୫ ମଧ୍ୟରେ ଚୂଡ଼ାନ୍ତ ମତଦାତାଙ୍କ ତାଲିକା ପ୍ରକାଶ ପାଇବ। ୭ ତାରିଖ ପୂର୍ବାହ୍ଣ ୧୧ରୁ ଅପରାହ୍ଣ ୨ ସୁଦ୍ଧା ଉପରୋକ୍ତ ନିର୍ବାଚନ ପାଇଁ ଆଗ୍ରହୀ ପ୍ରାର୍ଥୀଙ୍କ ପକ୍ଷରୁ ନାମାଙ୍କନପତ୍ର ଦାଖଲ କରାଯିବ। ମଧ୍ୟାହ୍ନ ୨ରୁ ଅପରାହ୍ଣ ୩ ମଧ୍ୟରେ ନାମାଙ୍କନ ସମ୍ପର୍କିତ ଆପତ୍ତି ଅଭିଯୋଗର ଯାଞ୍ଚ କରାଯାଇ ଅପରାହ୍ଣ ୪ ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଏବଂ ଚିହ୍ନ ଆବଣ୍ଟନ ହେବ। ଆବଶ୍ୟକ ହେଲେ ୮ତାରିଖ ସକାଳ ୯ରୁ ପୂର୍ବାହ୍ଣ ୧୧ ପର୍ୟ୍ୟନ୍ତ ମତଦାନ ହେବ। ପୂର୍ବାହ୍ଣ ୧୧ଟା ୩୦ରୁ ଭୋଟ ଗଣତି କରାଯାଇ ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯିବ। ଏହି ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ କରିବା ପାଇଁ କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ସଞ୍ଜୟ ଜୟସ୍ୱାଲଙ୍କୁ ପର୍ୟ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି ବୋଲି ଡ. ମହାନ୍ତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

  • Related Posts

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ: ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଓ ତିନି ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ କଟକ ସ୍ଥିତ ଡିଜି ଅଫିସ ସମ୍ମୁଖରେ ପ୍ରତିବାଦ କରାଯାଇଛି। ରାଜ୍ୟ ସଭାପତି ଭକ୍ତ ଦାସଙ୍କ ନେତୃତ୍ଵରେ ଏହି ପ୍ରତିବାଦ ସଭା କରାଯାଇଛି। ଏଥିରେ…

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

    ଭୁବନେଶ୍ବର: ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବନି ବୋଲି ପୂର୍ବତନ ସାଂସଦ ମହେଶ ସାହୁ କହିଛନ୍ତି। ସେ କହିଛନ୍ତି, ଦଳ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ କଦାପି ସମର୍ଥନ କରିବ ନାହିଁ। ଏନଡିଏଯାହାଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ କରିବ,…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ତ୍ଵରିତ ପଦକ୍ଷେପ : ଦିନକରେ ଦିଆଗଲା ଦିବ୍ୟାଙ୍ଗ ପ୍ରମାଣପତ୍ର

    ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ

    ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

    State-level workshop on Mental Health held in Bhubaneswar