
ଭୁବନେଶ୍ବର: ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଦାବି କଲା ବିଜେଡି । ଆସନ୍ତା ୨୭ତାରିଖରେ ବାଚସ୍ପତିଙ୍କୁଭେଟିବେ ବିଜେଡିର ଟିମ୍ । ରାଜ୍ୟସଭା ନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗ ଆଣିଛି ବିଜେଡି । ଦଳୀୟ ପ୍ରାର୍ଥୀଙ୍କ ବିରୋଧରେ ଭୋଟ୍ ଦେଇଥିବା ଅଭିଯୋଗ ।
ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟର ୪ଟି ରାଜ୍ୟସଭା ଆସନ ପାଇଁ ଭୋଟ୍ ଗ୍ରହଣ କରାଯାଇଥିଲା । ଏହି ନିର୍ବାଚନରେ ବିଜେଡି ୬ ଜଣ ବିଧାୟକ କ୍ରସ୍ ଭୋଟିଂ କରିଥିଲେ । ଏମାନେ ବିଜେପି ସମର୍ଥିତ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ ଭୋଟ୍ ଦେଇଥିଲେ । ଯାହାକୁ ନେଇ ବିଜେଡି ଏହି ୬ ଜଣ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଥିଲା । ମାର୍ଚ୍ଚ ୨୦ ତାରିଖ ଅପରାହ୍ନ ୫ଟା ସୁଦ୍ଧା କାରଣ ଦର୍ଶାଇବା ପାଇଁ ଉଲ୍ଲେଖ କରିଥିଲା । ସୋ’ କଜର ଉତ୍ତର ରଖି ୬ ବିଧାୟକ ସିଧାସଳଖ ଦଳକୁ ଚ୍ୟାଲେଞ୍ଜ ଦେଇଥିଲେ । ଏହା ଉପରେ ଶୃଙ୍ଖଳା କମିଟି ବୈଠକ ଆଲୋଚନା ହୋଇଥିଲା । ଏମାନଙ୍କ ବାବଦରେ କି ନିଷ୍ପତ୍ତି ନିଆଯିବ ସେ ନେଇ ବରିଷ୍ଠମାନେ ବିଚାରବିମର୍ଶ କରିବା ପରେ ଦଳର ସଭାପତିଙ୍କୁ ଜଣାଇଥିଲେ । ଏ ନେଇ ରାଜନୈତିକ ବ୍ୟାପାର କମିଟି ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇଥିଲା । ଦଳର ଏହି ୬ ବିଧାୟକଙ୍କୁ ନିଲମ୍ବିତ କରାଯାଇଥିବା ଦଳ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ।



