୯ମାସ ବହୁତ ଯନ୍ତ୍ରଣାରେ ଥିଲି: ସୁର

ଭୁବନେଶ୍ୱର: ମୁଁ ଗତ ୯ ମାସ ବହୁତ ଯନ୍ତ୍ରଣାରେ ଥିଲି ବୋଲି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ । କିଛି କୁଚକ୍ରୀ ଗୋଷ୍ଠୀ ମୋତେ ଷଡ଼ଯନ୍ତ୍ର କରି ନିଲମ୍ବିତ କରିଥିଲେ । ଆଜି ମୋ ମନ୍ଦିରକୁ ମୁଁ ଫେରିଲି । ମୁଁ ବହୁତ ଖୁସି । ଆଉ କନ୍ଦଳ ରହିବନି । ମିଳିମିଶି ସଂଗଠନ ସହ କାମ କରିବୁ ବୋଲି ଶ୍ରୀ ରାଉତରାୟ କହିଛନ୍ତି ।
ବରିଷ୍ଠ ନେତା ସୁରେଶ ରାଉତରାୟ କଂଗ୍ରେସକୁ ଫେରିଛନ୍ତି। ଦଳ ବିରୋଧୀ କାର୍ୟ୍ୟ ପାଇଁ ତାଙ୍କୁ ଗତ ନିର୍ବାଚନ ସମୟରେ କଂଗ୍ରେସରୁ ନିଲମ୍ବନ କରାଯାଇଥିଲା। ନୂଆ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭାବେ ଭକ୍ତ ଚରଣ ଦାସ ଦାୟିତ୍ଵ ନେବା ପରେ ସମସ୍ତ ନିଲମ୍ବିତ କର୍ମୀ ଓ ନେତାଙ୍କ ଉପରୁ ଆଦେଶ ପ୍ରତ୍ୟାହାର କରିଥିଲେ। ସୁରେଶ ରାଉତରାୟଙ୍କ ଉପରୁ ମଧ୍ୟ ନିଲମ୍ବନ ହଟିଥିଲା। ଏହା ପରେ ସେ ଶନିବାର କଂଗ୍ରେସ ଭବନକୁ ଆସିଥିଲେ। ପୁଅ ସିଦ୍ଧାର୍ଥ ରାଉତରାୟଙ୍କ ସହିତ ସୁର କଂଗ୍ରେସ ଭବନରେ ପ୍ରବେଶ କରିଥିଲେ। ପ୍ରବେଶ ପୂର୍ବରୁ ସୁର ମୁଣ୍ଡିଆ ମାରିଥିଲେ। ଏପରି କି ଗଣମାଧ୍ୟମ ଆଗରେ ମନ୍ତବ୍ୟ ଦେବା ସମୟରେ ସୁର କାନ୍ଦି ପକାଇଥିଲେ। ନିଲମ୍ବନ ପ୍ରତ୍ୟାହାର ଲାଗି ସେ ପିସିସି ସଭାପତିଙ୍କୁ ଧନ୍ୟବାଦ ଜଣାଇଥିଲେ। ସୁର କହିଛନ୍ତି, ୯ ମାସ ଧରି ସେ ବହୁ ଯନ୍ତ୍ରଣାରେ ଥିଲେ। ଆଜି ନିଜ ମନ୍ଦିରକୁ ଫେରିଛନ୍ତି। ସେଥିପାଇଁ ବହୁ ଖୁସି ଅଛନ୍ତି ବୋଲି ସୁର ଗଣମାଧ୍ୟମ ଆଗରେ କହିଥିଲେ। ଏହା ସହିତ ଆଗାମୀ ଦିନରେ ଆଉ କୌଣସି କନ୍ଦଳ ରହିବ ନାହିଁ ଏବଂ ସମସ୍ତେ ମିଳିମିଶି ସଂଗଠନ ପାଇଁ କାମ କରିବୁ ବୋଲି କହିଛନ୍ତି।

  • Related Posts

    ଡବଲ ଇଞ୍ଜିନ ସରକାର ଓଡ଼ିଶାର ଛବିକୁ ପୁରା ମଳିନ କରି ସାରିଲେଣି: ନବୀନ

    ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ସରକାରଙ୍କ ଉପରେ ଜୋରଦାର୍…

    Continue reading
    ଭଦ୍ରକର ୨ କଲେଜରେ ନିର୍ବାଚନ ବାତିଲ

    ଭଦ୍ରକ: ସମ୍ବେଦନଶୀଳ ପରିସ୍ଥିତି ଓ ନିର୍ବାଚନୀ ହିଂସା ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲାର ଦୁଇଟି ମହାବିଦ୍ୟାଳୟରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା ମହାବିଦ୍ୟାଳୟ ଏବଂ ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ନାଆମୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ନେଇ ନୋଟିସ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ