୯୧.୫% ହିତାଧିକାରୀଙ୍କୁ ମିଳିଲା ୨ ମାସର ଭତ୍ତା

ଭୁବନେଶ୍ୱର : ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏକ କେନ୍ଦ୍ରୀୟ ପ୍ରାୟୋଜିତ ଯୋଜନା) ଅଧୀନରେ ମୋଟ ୧୯,୨୨,୫୨୫ ହିତାଧିକାରୀଙ୍କ ମଧ୍ୟରୁ ୧୭,୬୦,୪୩୫ ଜଣ (୯୧.୫%) ହିତାଧିକାରୀଙ୍କୁ ପୂର୍ବ ମାସଗୁଡ଼ିକର ବକେୟା ସହ ଭତ୍ତା ପ୍ରଦାନ କରାଯାଇଛି। ଉପରୋକ୍ତ ଭତ୍ତା ଅର୍ଥ ଏପ୍ରିଲ ଏବଂ ମେ ମାସ ପାଇଁ ପ୍ରଦାନ କରାଯାଇଛି। ଜୁନ୍ ମାସ ପାଇଁ ଭତ୍ତା ପ୍ରଦାନ ପ୍ରକ୍ରିୟା ଜାରି ରହିଥିବା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମସ୍ତ ଭତ୍ତା ଠିକ୍ ସମୟରେ ପ୍ରଦାନ କରିବା ଏବଂ ନିଜର ଦାୟିତ୍ବ ପୂରଣ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ୨୦୨୬-୨୭ ଆର୍ଥିକ ବର୍ଷରୁ ଜାତୀୟ ସହାୟତା କାର୍ଯ୍ୟକ୍ରମକୁ ଏସ୍‌ଏନ୍‌ଏ-ସ୍ପର୍ଶ ପ୍ଲାଟଫର୍ମ ମାଧ୍ୟମରେ କାର୍ଯ୍ୟକାରୀ
କରିବାକୁ ଯାଉଛି। କେନ୍ଦ୍ର ସରକାରଙ୍କ ଏନ୍‌ଏସ୍‌ଏପି ପୋର୍ଟାଲକୁ ରାଜ୍ୟ ଆଇଏଫ୍‌ଏମ୍‌ଏସ୍‌ ପୋର୍ଟାଲ, ପିଏଫ୍‌ଏମ୍‌ଏସ୍‌ ଏବଂ ଆର୍‌ବିଆଇ ସିଷ୍ଟମ ସହ ବୈଷୟିକ ଏକୀକରଣ ପାଇଁ ପ୍ରସ୍ତୁତି କାର୍ଯ୍ୟ ଶେଷ ହେବା ପରେ ଏହି ନୂତନ ବ୍ୟବସ୍ଥାରେ ସିଧାସଳଖ କାରବାର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶା ସରକାର ହିତାଧିକାରୀଙ୍କୁ ପାଣ୍ଠି ହସ୍ତାନ୍ତର ଏବଂ ଏହି ପରିବର୍ତ୍ତନ ପ୍ରକ୍ରିୟାକୁ ସୁଗମ କରିବା ପାଇଁ ନିଷ୍ଠାର ସହ କାର୍ଯ୍ୟ କରୁଥିବା ବିଭାଗ ପକ୍ଷରୁ କୁହାଯାଇଛି।

  • Related Posts

    ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା : ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ।…

    Continue reading
    ଇଞ୍ଜିନିୟରମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ

    ବିଗତ କିଛିମାସ ଧରି ଭିଜିଲାନ୍ସ ଜାଲରେ ମାଳମାଳ ଇଞ୍ଜିନିୟର ଧରାପଡ଼ିବା ପରେ ରାଜ୍ୟ ସରକାର ଓଡ଼ିଶା ଇଞ୍ଜିନିୟରିଂ ସେବା(ଓଇଏସ) ଓ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବା(ଓଡ଼ିଇଏସ) କ୍ୟାଡ଼ରର ଅଧିକାରୀମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ କରିଛନ୍ତି। ୨୦୧୯ ସେପ୍ଟେମ୍ବର ୨୪ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ