୯ କୋଟିର ଦୁର୍ନୀତି, ୩ଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ଵର : ଭୁବନେଶ୍ବର ପୂର୍ତ୍ତ ବିଭାଗ ୧ ନମ୍ବର ଡିଭିଜନରେ ଦୁର୍ନୀତି ମାମଲା । ୯ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ହେରଫେର ମାମଲାରେ ୩ ଜଣଙ୍କୁ ଗିରଫ କଲା ଭିଜିଲାନ୍ସ । ପୁରୀ ଡିଭିଜନର ବରିଷ୍ଠ ସହାୟକ ବିଶ୍ବନାଥ ଦାସ, ଭୁବନେଶ୍ବର ଟ୍ରେଜରି ଅଫିସ ଆକାଉଣ୍ଟାଣ୍ଟ କୃଷ୍ଣଚନ୍ଦ୍ର ବେହେରା, ଭୁବନେଶ୍ବର R & B ବିଭାଗ ପିଅନ କୁମୁଦ ସାହୁ ଗିରଫ ହୋଇଛନ୍ତି । ୩ ଜଣଙ୍କୁ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ । ଏମାନଙ୍କ ଆକାଉଣ୍ଟ୍ ରେ ଟଙ୍କା କାରବାର ହୋଇଥିବା ଭିଜିଲାନ୍ସ ବିଭାଗ ଜାଣିବାକୁ ପାଇଥିଲା । ବର୍ତ୍ତମାନ ସୁଦ୍ଧା ଭିଜିଲାନ୍ସ ବିଭାଗ ହାତରେ ୩୭୭ଟି ବିଲ ଦ୍ଵାରା ଏହି ଟଙ୍କା ଉଠାଯାଇଥିବା ତଥ୍ୟ ହସ୍ତଗତ ହୋଇଛି । ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟ ଜରିଆରେ ଏହି ୩ଜଣଙ୍କ ଆକାଉଣ୍ଟକୁ ଅର୍ଥ ଯାଇଥିଲା ।
ପୂର୍ବରୁ ଏହି ମାମଲାରେ ୬ ଜଣ ଗିରଫ ହୋଇଥିବା ବେଳେ ଗିରଫଦାରୀ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ଗତ ସେପ୍ଟେମ୍ବର ୨୭ ତାରିଖରେ R & B ଡିଭିଜନ ୧ର ସେକ୍ସନ ଅଫିସର ତଥା ମୁଖ୍ୟ ଅଭିଯୁକ୍ତ ବନଲତା ମହାନ୍ତି, କନିଷ୍ଠ ସହାୟକ ଭିଭୁଦତ୍ତ ନାୟକଙ୍କ ସହ ଅନ୍ୟ ଜଣେ ସହଯୋଗୀ ଗିରଫ ହୋଇଥିଲେ । ଆଜି ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ । ଘଟଣାର ତଦନ୍ତ ଜାରି ରହିଥିବା ବେଳେ ଆଗକୁ ଗିରଫ ସଂଖ୍ୟା ବଢିପାରେ ବୋଲି କହିଛନ୍ତି ଭିଜିଲାନ୍ସ ଏସପି ।

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ