16 ଗେଟ ଖୋଲିଲା ହୀରାକୁଦ

ସମ୍ବଲପୁର: ହୀରାକୁଦରୁ ପୁଣି ଖୋଲିଲା ଗେଟ l ଆଜି ହୀରାକୁଦରେ 16 ଟି ଗେଟ ପର୍ଯ୍ୟାୟ କ୍ରମରେ ଖୋଲିଛି l ବାମ ପାର୍ଶ୍ୱ ରେ 11 ଟି ଡାହାଣ ପାର୍ଶ୍ଵରେ 5ଟି ସ୍ଲୁଇସ ଗେଟ ଖୋଲା ଯାଇଛି l ହୀରାକୁଦ ଡ୍ୟାମରେ ସର୍ବୋଚ୍ଚ ଜଳ ଧାରଣ କ୍ଷମତା 630 ଫୁଟ ରହିଥିବାବେଳେ ବର୍ତ୍ତମାନ ଏହାର ଜଳସ୍ତର 629.47 ଫୁଟ ରହିଛି l
ଏହି ସମୟ ମଧ୍ୟରେ ହୀରାକୁଦ ଜଳଭଣ୍ଡାରକୁ ସେକେଣ୍ଡ ପ୍ରତି 1,36,755 କ୍ୟୁସେକ ବନ୍ୟା ଜଳ ଉପର ମୁଣ୍ଡରୁ ପ୍ରବେଶ କରୁଥିବା ବେଳେ 15 ଟି ଗେଟ ଜରିଆରେ ସେକେଣ୍ଡ ପ୍ରତି 2,06,641 କ୍ୟୁସେକ ବନ୍ୟା ଜଳ ନିଷ୍କାସନ ହେଉଛି l ସେହିପରି ହୀରାକୁଦରେ ତଳ ମୁଣ୍ଡର ବେଲଗାଁ ଠାରେ 1,70,900 କ୍ୟୁସେକ, ପଥରଲା ଠାରେ 2,65,898 କ୍ୟୁସେକ, ଖଇରମାଲ ଠାରେ 3,50,000 କ୍ୟୁସେକ, ବରମୁଲରେ 2,11,000 କ୍ୟୁସେକ, ମୁଣ୍ଡୁଲିରେ 2,96,137 କ୍ୟୁସେକ ବନ୍ୟା ଜଳ ପ୍ରବାହିତ ହେଉଛି l
ଉପର ମୁଣ୍ଡରେ ଛତିଶଗଡରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଗକୁ ହୀରାକୁଦକୁ ଅଧିକ ବନ୍ୟା ଜଳ ପ୍ରବେଶ କରିବ l ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ଗେଟ ଖୋଲିବାକୁ ନିଷ୍ପତି ନେଇଥିବା ସୂଚନା ଦେଇଛନ୍ତି l ତେବେ ଆଗକୁ ଆହୁରି ଗେଟ ଖୋଲିବାର ସମ୍ଭାବନା ରହିଛି l

ଓଡ଼ିଶାରେ ପ୍ରବେଶ କରିଥିବା ଗଭୀର ଅବପାତ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି । ଏବେ ଏହା ଉତ୍ତର ଛତିଶଗଡ଼ ଉପରେ ଥିବାବେଳେ ଘଣ୍ଟା ପ୍ରତି ପ୍ରାୟ 15 କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରିଛି । ଗତକାଲି ଏହା ଉତ୍ତର ଛତିଶଗଡ଼ ଏବଂ ସଂଲଗ୍ନ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଉପରେ କେନ୍ଦ୍ରୀଭୂତ ହୋଇ ରହିଥିଲା । ଏହା ଆହୁରି ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ କ୍ରମଶଃ ଦୁର୍ବଳ ହୋଇ ଆଉ କିଛି ଘଣ୍ଟା ମଧ୍ୟରେ ଏକ ‘ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର’ରେ ପରିଣତ ହେବାର ସମ୍ଭାବନା ରହିଛି । ସମ୍ବଲପୁର ଏବଂ ରାୟପୁର ସ୍ଥିତ ଡପଲର୍ ୱେଦର୍ ରାଡାର୍ ଦ୍ୱାରା ଏହି ସିଷ୍ଟମ ଉପରେ ନିରନ୍ତର ନଜର ରଖାଯାଇଛି ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ