କଟକ,07।09: ମହାନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ହୋଇଛି ଫଳରେ ମହାନଦୀର ତଳ ମୁଣ୍ଡରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଯାହାଦ୍ୱାରା କଟକ ଜିଲ୍ଲା ବଡମ୍ବାର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଛି। ପ୍ରସିଦ୍ଧ ଶକ୍ତିପୀଠ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢାରେ ଚଳିତବର୍ଷର ତୃତୀୟ ବନ୍ୟାଜଳ ପ୍ରବେଶ କରିଥିବା ଜଣାପଡିଛି । ତେବେ ମନ୍ଦିର ବେଢାରେ ପାଣି ଲାଗିରହିଥିବାରୁ ମନ୍ଦିର ପୂଜକ ସମାଜ ଓ ଦେବୋତ୍ତର ବିଭାଗ ପକ୍ଷରୁ ମାଆଙ୍କ ଚଳନ୍ତି ପ୍ରତିମାକୁ ଆଶ୍ରୟ ସ୍ଥଳକୁ ନେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହାସହ ମନ୍ଦିର ପରିସରରେ ନଦୀକୁ ନଯିବାକୁ ପାଇଁ ସୂଚନା ଫଳକ ଲଗାଯାଇଛି । ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇ ଥିବା ବେଳେ ଏବେ ମହାନଦୀକୁ ଯିବା ପାଇଁ ବାରଣ କରାଯାଇଛି ।
ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍
ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…







