ରାସ୍ତା ମଝିରେ ଦୁଇ ବାଇକ୍‌ ମୁହାଁମୁହିଁ; ୨ ଯୁବକଙ୍କ ମୃତ୍ୟୁ

ନବରଙ୍ଗପୁର : ମଝି ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଯାଇଛି ୨ ଯୁବକଙ୍କ ଜୀବନ। ଅନ୍ୟ ଜଣେ ମେଡ଼ିକାଲ୍‌ ବେଡ୍‌ରେ ଜୀବନ ସହ ସଂଘର୍ଷ କରୁଛନ୍ତି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନବରଙ୍ଗପୁରରେ ଘଟିଛି। ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳଗୁମ୍ମା ପଞ୍ଚାୟତ ଚିତ୍ରକୋଟ ଗାଁର ପୂର୍ଣ୍ଣ ମାଝୀ ମେଗା ଜଳ ଯୋଗାଣ ପ୍ରକଳ୍ପରେ ୱାଲ ଅପେରଟର ଭାବେ କାର୍ଯ୍ୟ କରୁଥିଲେ। ଆଜି ଅପରାହ୍ନରେ ସେ ତେନ୍ତୁଳିଖୁଣ୍ଟି ଗାଁର ଏକ ହଟେଲକୁ ଖାଇବାକୁ ଯାଇଥିଲେ। ସେଠାରୁ ଖାଇସାରି ବାଇକ୍‌ରେ ଅଞ୍ଚଳଗୁମ୍ମା ଅଭିମୁଖେ ଯାଉଥିଲେ। ବାଇକ୍‌ ପଛରେ ସାଥୀ ହେମନ୍ତ ବାଣୁଆ ବସିଥିଲେ। ଠିକ୍‌ ସେହି ସମୟରେ ବିପରୀତ ଦିଗରୁ ଅନ୍ୟ ଏକ ବାଇକରେ ଆସୁଥିଲେ ପୂଜାରୀ ଗୁଡା ଗାଁର ସମ୍ବିତ କୁମାର ଭତ୍ରା। ଜାନିଗୁଡ଼ା ଛକରେ ଦୁଇ ବାଇକ୍‌ ଭିତରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ପୂର୍ଣ୍ଣଙ୍କ ମୃତ୍ୟୁ ଘଟିଛି। ଗୁରୁତର ଆହତ ହୋଇଥିଲେ ହେମନ୍ତ ଓ ସମ୍ୱିତ। ଉଭୟଙ୍କୁ ତେନ୍ତୁଳିଖୁଣ୍ଟି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ହେମନ୍ତଙ୍କ ମୃତ୍ୟୁ ଘଟିଥିଲା। ସମ୍ବିତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ନବରଙ୍ଗପୁର ପରେ କୋରାପୁଟ ଲକ୍ଷ୍ମଣନାଏକ ମେଡ଼ିକାଲ୍‌ କଲେଜ ଆଣ୍ଡ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ତେନ୍ତୁଳିଖୁଣ୍ଟି ଥାନା ପୁଲିସ ମାମଲା ରୁଜୁ କରି ଦୁଇଟି ବାଇକକୁ ଜବତ କରିଛି। ଏଥିସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ