low pressure rain in odisha 30ରେ ଆଉ ଏକ ଲଘୁଚାପ !

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଛି । ସେପଟେ 30 ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ସିଷ୍ଟମ ଘନୀଭୂତ ହୋଇ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଫଳରେ 29 ତାରିଖରୁ ରାଜ୍ୟରେ ପୁଣି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବର୍ଷା ସାଙ୍ଗକୁ ଝଡ଼ି ପବନର ବେଗ ଘଣ୍ଟାପ୍ରତି 40-50 କିମି ରହିବ । ସେହିପରି ନଦୀମାନଙ୍କରେ ଜଳସ୍ତର ବୃଦ୍ଧି ହେବା ସହ ପୁଣି ବନ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି । ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଗଞ୍ଜାମ, ପୁରୀ, ଖୋରଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ବି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଶୁକ୍ରବାର 4 ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି । ସେହିପରି ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, କେନ୍ଦ୍ରପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ।

ନୂଆ ଲଘୁଚାର କ୍ଷେତ୍ର ପ୍ରଭାବରେ 29 ତାରିଖରୁ ବର୍ଷାର ପରିମାଣ ବଢ଼ିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି 3 ଜିଲ୍ଲାରେ ଘଣ୍ଟାପ୍ରତି 40-50 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବରଗଡ଼, ପୁରୀ, ଖୋରଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।30 ତାରିଖ (ରବିବାର)ରୁ ବର୍ଷା ଆହୁରି ବଢ଼ିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଜଗତସିଂହପୁର, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

  • Related Posts

    MV Ocean Winner ପାରାଦୀପ ଅଣାଯାଉଛି ୨ ଚାଇନିଜ୍ କ୍ରୁ ସଦସ୍ୟ

    ମଝି ସମୁଦ୍ରରେ ଜାହାଜ ସହିତ ଘଟିଲା କଣ? କାହିଁକି ବୁଡ଼ିଗଲା MV Ocean Winner? ଖୋଲିବ ଜାହାଜ ବୁଡ଼ି ଗୁମର। ବଙ୍ଗୋପସାଗରରେ MV Ocean Winner ବୁଡ଼ିବା ଘଟଣାରେ ଆସିଛି ବଡ଼ ଖବର। ଜାହାଜରୁ ଉଦ୍ଧାର ହୋଇଥିବା ୨ ଚାଇନିଜ୍ କ୍ରୁ…

    Continue reading
    cm mohan majhi ଆଜି ଗୋପାଳପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

    ବ୍ରହ୍ମପୁର:ଗୁରୁବାର ଗୋପାଳପୁର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ଗୋପାଳପୁର ଗସ୍ତକୁ ସଫଳ, ସୁରକ୍ଷିତ ଓ ସୁବ୍ୟବସ୍ଥିତ କରିବା ନିମନ୍ତେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହାକୁ ନେଇ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ