
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା ବର୍ଷା ପବନ ହୋଇପାରେ। ୧୮, ୧୯ ଏବଂ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆସନ୍ତା ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳ ତଥା ଏହାର ଆଖପାଖ ସମୁଦ୍ର ମଧ୍ୟରେ ଝଡ଼ତୋଫାନ ସହ ପବନର ବେଗ ଘଣ୍ଟା ପ୍ରତି ୪୫-୫୫ କିଲୋମିଟର ରହିପାରେ। ଝଟକା ପବନ ୬୫ କିଲୋମିଟର ଛୁଇଁପାରେ। ଏହି ସମୟରେ ଦକ୍ଷିଣ ଓଡ଼ିଶା ଉପକୂଳ ଓ ଆଖପାଖରେ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବାର ସମ୍ଭାବନା ଅଛି। ଏଥିପାଇଁ ୧୭ ଓ ୧୮ ଦୁଇ ଦିନ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ଓଡ଼ିଶା ଉପକୂଳ ଓ ଏହାର ଆଖପାଖ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।






