ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ମଞ୍ଜୁର

ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ରଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସୋଶାଲ ମିଡ଼ିଆ ଏକ୍ସରେ କୃତଜ୍ଞତା ଜଣାଇବା ସହ ବିସ୍ତୃତ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ। ଓଡ଼ିଶାରେ ପ୍ରସ୍ତାବିତ ରାୟଗଡା ରେଳ ମଣ୍ଡଳକୁ ମଞ୍ଜୁର ମିଳିଛି। ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ ୧୦୭ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି। ପୂର୍ବତଟ ରେଳପଥ ମଧ୍ୟରେ ପୂର୍ବପରି ତିନିଟି ରେଳ ମଣ୍ଡଳ ରହିବ। ଅମୃତ ଷ୍ଟେସନ ଯୋଜନାରେ ଓଡ଼ିଶାର ୫୯ଟି ଷ୍ଟେସନକୁ ପୁନର୍ବିକାଶ କରାଯାଉଛି। ମୋଦି 3.0 ସମୟରେ ୧୯,୨୮୯ କୋଟି ବ୍ୟୟ ଅଟକଳରେ ୮ଟି ନୂତନ ରେଳ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ କରାଯାଇଛି ବୋଲି ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ Xରେ ଲେଖିଛନ୍ତି। କ୍ୟାବିନେଟରେ ଅନୁମୋଦନ କରାଯାଇଥିବା ପ୍ରକଳ୍ପ ଗୁଡ଼ିକ ହେଲା; ଗୁଣୁପୁର-ଥେରୁବାଲି ନୂତନ ରେଳ ଲାଇନ, ଜୁନାଗଡ଼ ରୋଡ୍‌-ନବରଙ୍ଗପୁର ନୂତନ ରେଳ ଲାଇନ, ମାଲକାନଗିରି-ପଣ୍ଡୁରଙ୍ଗାପୁରମ ଭାୟା ଭଦ୍ରାଚଳମ ନୂତନ ରେଳ ଲାଇନ, ବାଦାମପାହାଡ଼-କେନ୍ଦୁଝରଗଡ଼ ନୂତନ ରେଳ ଲାଇନ, ବାଙ୍ଗିରିପୋଷୀ-ଗୋରୁମହିଷାଣୀ ନୂତନ ରେଳ ଲାଇନ, ବୁଡ଼ାମରା-ଚାକୁଳିଆ ନୂତନ ରେଳ ଲାଇନ, ସରଡ଼େଗା-ଭାଲୁମୁଡା ନୂତନ ଦୋହରୀକରଣ ରେଳ ଲାଇନ ଓ ବରଗଡ଼ ରୋଡ଼-ନୂଆପଡା ରୋଡ଼ ନୂତନ ରେଳ ଲାଇନ୍‌କୁ କ୍ୟାବିନେଟ୍‌ରେ ମଞ୍ଜୁରି ମିଳିଛି।

  • Related Posts

    ଟୋଲ୍‌ ପ୍ଲାଜାରେ ସମ୍ପୂର୍ଣ୍ଣ ବନ୍ଦ ହେବ ଟଙ୍କା ସଂଗ୍ରହ

    ନୂଆଦିଲ୍ଲୀ,03/04/2026: ଚଳିତ ମାସ ୧୦ରୁ ଦେଶର ୧୧୫୦ରୁ ଅଧିକ ‌ଟୋଲ୍‌ ପ୍ଲାଜାରେ ନଗଦ କାରବାର ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କେବଳ ଡିଜିଟାଲ୍‌ ପେମେଣ୍ଟ୍‌ ଗ୍ରହଣ କରାଯିବ। ଜାତୀୟ ରାଜପଥରେ ଥିବା ସମସ୍ତ ଟୋଲ୍‌ ପ୍ଲାଜାରେ ନଗଦ କାରବାର ବନ୍ଦ କରିବାକୁ ସରକାର…

    Continue reading
    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ