୨୭ ରୁ ଓଡ଼ିଶାରେ ପ୍ରବଳ ବର୍ଷା!

ଭୁବନେଶ୍ୱର: ଆସୁଛି ଲଘୁଚାପ । ୨୭ ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ସଅଳ ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ସୃଷ୍ଟି ହେବାର ୨ ଦିନ ଭିତରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ ।
ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ । ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ସକ୍ରିୟ ରହିଲେ ଓଡ଼ିଶା ଆଗମନ ନେଇ ବାଟ ଫିଟିବ । ତେବେ ପାଗ ଅନୁକୂଳ ସହ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି । ଫଳରେ ଏଥର ଶୀଘ୍ର ମୌସୁମୀ ଆସିବା ଆକଳନ ସତ ହେବ ।ପୂର୍ବରୁ ଆଇଏମଡି ମେ ୨୭ ତାରିଖରେ ମୌସୁମୀ ବାୟୁ କେରଳ ଭୂଖଣ୍ଡ ଛୁଇଁବ ନେଇ ଆକଳନ କରିଥିଲା । ଏବେ ପାଣିପାଗ ଅନୁକୂଳ ପରେ ଆସନ୍ତା ୩ ଦିନ ମଧ୍ୟରେ ମୌସୁମୀ ବାୟୁ କେରଳରେ ପ୍ରବେଶ କରିବ । ଏହାପରେ ମୌସୁମୀ ସକ୍ରିୟ ରହିଲେ ଓଡ଼ିଶା ଆଗମନ ନେଇ ବାଟ ଫିଟିବ। ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ଓଡ଼ିଶା ରେ ପ୍ରବେଶ କରିଥାଏ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ହେଲେ ଏଥର କେରଳ ମୌସୁମୀ ସଅଳ ଆସିଲେ ଓଡ଼ିଶା ବି ଶୀଘ୍ର ଆସିବ ବୋଲି ଆକଳନ କରିଛି ବିଭାଗ ।ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ ଓ ୨୭ ଏହି ଦୁଇଦିନ ରାଜ୍ୟର ରେ ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର ରାୟଗଡା କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି ଘଡ ଘଡି ସହ ବର୍ଷା ସମ୍ଭାବନା ସହ ଝଡି ପବନ ବହିବା ସମ୍ଭାବନା ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ