କଳିଙ୍ଗନଗରରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶାର ସମୃଦ୍ଧ ଶିଳ୍ପ ଇତିହାସରେ ଆଉ ଏକ ସଫଳତାର ପୃଷ୍ଠା ଯୋଡି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁରର କଳିଙ୍ଗନଗର ଠାରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦ୍‌ଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ, ସମୁଦାୟ ୨୦ଟି ପ୍ରକଳ୍ପର ଶିଳାନ୍ୟାସ ଓ ୪ଟି ନୂତନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି । ଏହା ଦ୍ୱାରା ପ୍ରାୟ ୩୬ ହଜାର ନୂତନ ନିଯୁକ୍ତି ସୃଷ୍ଟି ହୋଇଛି ।ସୂଚନାଯୋଗ୍ୟ ଯେ, ଆଜି ପ୍ରାୟ ୪୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଏବଂ ପ୍ରାୟ ୬୬ ହଜାର କୋଟି ଟଙ୍କାର ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଯାଜପୁର ଜିଲ୍ଲାରେ ହୋଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଏହି କାର୍ୟ୍ୟକ୍ରମ, ଶିଳାନ୍ୟାସ ନୁହେଁ, କି ଉଦ୍‌ଘାଟନ ନୁହେଁ, ଏହା ହେଉଛି ସମୃଦ୍ଧ ଓଡ଼ିଶାର ଭବିଷ୍ୟତର ନିର୍ମାଣ । ଏହିସବୁ ପ୍ରକଳ୍ପ ଯୋଗୁଁ ୩୬ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି । ଏହା ଏକ ସଂଖ୍ୟା ନୁହେଁ । ପ୍ରତ୍ୟେକ ନିଯୁକ୍ତିର ଅର୍ଥ ହେଉଛି ଆମ ଗାଁର ଜଣେ ଯୁବକଙ୍କୁ ଆଉ ନିଯୁକ୍ତି ବାହାରକୁ ଯିବାକୁ ପଡ଼ିବ ନାହିଁ । ରାଜ୍ୟରେ ନିଯୁକ୍ତିର ଏକ ନୂଆ ଲହର ସୃଷ୍ଟି ହୋଇଛି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି କଳିଙ୍ଗ ନଗର ଠାରେ ୨୦ଟି ଶିଳ୍ପର ଶିଳାନ୍ୟାସ କରାଗଲା । ଏହା ସମ୍ଭବ ହୋଇଛି, ଆମ ସରକାରଙ୍କ ଦୃଢ଼ ଇଚ୍ଛାଶକ୍ତି ଯୋଗୁଁ । କାରଣ, ଯଦି ଇଚ୍ଛାଶକ୍ତି ନାହିଁ ତେବେ ପାଦେ ଆଗେଇବାକୁ ମଧ୍ୟ ମଣିଷ ସକ୍ଷମ ହୋଇପାରେ ନାହିଁ । ଆଜି ଆମ ସରକାର ନିଜର ଦୃଢ ଇଚ୍ଛା ଶକ୍ତିର ନିଦର୍ଶନ ଦେଖାଇଛନ୍ତି । ସେ କହିଥିଲେ ଯେ, ମାତ୍ର ୧୧୩ ଦିନ ମଧ୍ୟରେ ଦେଇଥିବା ପ୍ରତିଶ୍ରୁତି ଆମ ସରକାର ପୂରଣ କରିଛନ୍ତି । ଆଜି ଏହି ଯେଉଁ ସବୁ ପ୍ରକଳ୍ପ ଆପଣମାନଙ୍କ ସମ୍ମୁଖରେ ଭିତ୍ତିପ୍ରସ୍ତର ସ୍ଥାପନ ହେଲା, ଏହି ସମସ୍ତ ପ୍ରକଳ୍ପର ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ସ୍ୱାକ୍ଷରିତ ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ଏହି ପ୍ରକଳ୍ପ ସବୁ ମାଧ୍ୟମରେ ଲକ୍ଷାଧିକ ଓଡ଼ିଆ ଯୁବକ ଓ ଯୁବତୀ ନିଜ ରାଜ୍ୟର ମାଟିରେ ନିଜ ସ୍ଵପ୍ନ ପୂରଣ କରିପାରିବେ। ଏହା କେବଳ ଚାକିରି ନୁହେଁ, ଯୁବବର୍ଗଙ୍କ ପାଇଁ ଏହା ସ୍ୱାଭିମାନ, ଏହା ନୂଆ ଓଡ଼ିଶାର ନୂଆ ପରିଚୟ। ଏହା ସମୃଦ୍ଧ ଓଡିଶାର ଅୟମାରମ୍ଭ।
ସେ ପୁଣି କହିଥିଲେ, ରାଜ୍ୟର ଶିଳ୍ପ ବିକାଶର ଏନ୍ତୁଡିଶାଳ ହେଉଛି ଶିଳ୍ପ ସମୃଦ୍ଧ କଳିଙ୍ଗ ନଗର । ଶିଳ୍ପ ବିକାଶରେ ଅଗ୍ରଣୀ ଭୂମିକା ଗ୍ରହଣ କରି ରାଜ୍ୟ ପାଇଁ ଏହି ଅଂଚଳ ଏକ ଦୃଷ୍ଟାନ୍ତ ପାଲଟିଛି । ମେକ୍ ଇନ୍ ଓଡ଼ିଶା କନକ୍ଲେଭ-ଉତ୍କର୍ଷ ଓଡ଼ିଶାର ଚମତ୍କାର ସଫଳତା ବଳରେ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ଆମେ ପାଇଥିଲୁ। ଆଉ ଆଜି, ବାସ୍ତବତା ଭୂମିରେ ଦୃଶ୍ୟମାନ ହେଉଛି ଯେ ଓଡ଼ିଶା ଆଉ କେବଳ ସମ୍ଭାବନାର ଭୂମି ନୁହେଁ, ଏହା ହେଉଛି ସୀମାହୀନ ସୁଯୋଗର ଭୂମି।ଏହି ଅବସରରେ ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ କହିଥିଲେ ଯେ, ଓଡ଼ିଶାବାସୀଙ୍କ ବିଶ୍ୱାସକୁ ସାଥି କରି ଆମ ସରକାର କାର୍ୟ୍ୟ କରୁଛି ଏବଂ ଓଡ଼ିଶା ବିକାଶ ପଥରେ ଆଗେଇ ଚାଲିଛି। ଶିଳ୍ପର ବିକାଶ ଆମ ପ୍ରଥମ ଉଦ୍ଦେଶ୍ୟ ଥିଲା ଆଉ ସେହି ଉଦ୍ଦେଶ୍ୟ କୁ ଆମ ସରକାର ସଫଳ କରୁଛନ୍ତି ବୋଲି ସେ କହିଥିଲେ।ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଥିଲେ ଯେ, ରାଜ୍ୟର ଆର୍ଥିକ ପ୍ରଗତିର ମେରୁଦଣ୍ଡ ହେଉଛନ୍ତି ଯୁବଶକ୍ତି ଏବଂ ଯୁବଶକ୍ତିର ବିକାଶ ପାଇଁ ରୋଜଗାର ଆବଶ୍ୟକ। ଏହି ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଜି ଆମ ସରକାରଙ୍କ ଉଦ୍ୟମ ସଫଳ ହେଉଛି। ଶିଳ୍ପର ବିକାଶ ହେଉଛି ଏବଂ ଏହା ଦ୍ୱାରା ଆମ ରାଜ୍ୟର ବିକାଶ ହେଉଛି।
ଏହି କାର୍ୟ୍ୟକ୍ରମରେ ଯାଜପୁର ସାଂସଦ ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରା, କୋରେଇ ବିଧାୟକ ଶ୍ରୀ ଆକାଶଦାସ ନାୟକ, ବଡଚଣା ବିଧାୟକ ଶ୍ରୀ ଅମର ନାୟକ ପ୍ରମୁଖଙ୍କ ସମେତ ରାଜ୍ୟର ବିଭିନ୍ନ ଶିଳ୍ପ ସଂସ୍ଥାର ଶିଳ୍ପପତି ମାନେ କାର୍ୟ୍ୟକ୍ରମରେ ଯୋଗଦେଇଥିଲେ।କାର୍ୟ୍ୟକ୍ରମରେ ଶିଳ୍ପ ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ ଜିଲ୍ଲାପାଳ ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀ ଧନ୍ୟବାଦ ଦେଇଥିଲେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ