ବାଲିଯାତ୍ରାରେ ସାମିଲ ହେବେ ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତ

ଭୁବନେଶ୍ୱର: ଆସନ୍ତାକାଲିଠୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏହା ଆସନ୍ତା ୨୨ ତାରିଖ ଯାଏ ଚାଲିବ। ଏଥର ପ୍ରସିଦ୍ଧ କଟକ ବାଲିଯାତ୍ରାରେ ଲାଗିବ ବିଦେଶୀ ଛୁଙ୍କ। ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତ, ହାଇକମିଶନର ଉଦ୍‌ଘାଟନୀ କାର୍ୟ୍ୟକ୍ରମରେ ସାମିଲ ହେବେ। ଏଥିସହ ବହୁ ଦେଶର କଳାକାର ଏଥର ବାଲିଯାତ୍ରାରେ ନିଜ କଳାର ପ୍ରଦର୍ଶନ କରିବେ। ଏଥିସହ କାଲିଠୁ ଆୟୋଜିତ ହେବାକୁ ଥିବା ‘ପିଠା ମହୋତ୍ସବ’ରେ ବିଦେଶୀ ପିଠାର ସ୍ୱାଦ ଚାଖିବେ ଓଡ଼ିଶାବାସୀ।

ଏହା ପୂର୍ବରୁ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବାଲିଯାତ୍ରା ସମ୍ପର୍କୀତ ସବିଶେଷ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉ ସାହେବ ସିନ୍ଦେ। ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ସେ କହିଛନ୍ତି, ଆସନ୍ତାକାଲି ସନ୍ଧ୍ୟା ୫ଟାରେ ବାଲିଯାତ୍ରା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ୧୩ ରାଷ୍ଟ୍ରର ରାଷ୍ଟ୍ରଦୂତ, ହାଇକମିଶନର ଉଦ୍‌ଘାଟନୀ କାର୍ୟ୍ୟକ୍ରମରେ ସାମିଲ ହେବେ। ଏହାକୁ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।

ପ୍ରତିଦିନ ଗୋଟିଏ କିମ୍ବା ଦୁଇ ଦେଶର କଳାକାର ବାଲିଯାତ୍ରାରେ ନିଜ କଳାର ପ୍ରଦର୍ଶନ କରିବେ। ବର୍ତ୍ତମାନ ସୁଦ୍ଧା ୮ ଦେଶର କଳାକାର ଆସିବା ସ୍ଥିର ହୋଇ ସାରିଲାଣି। ତେବେ ପ୍ରଥମ ଦିନ ଭଜନ ସମାରୋହ ଆୟୋଜିତ ହେବ।

ଚଳିତ ବର୍ଷ ବାଲିଯାତ୍ରାରେ ପିଠା ମହୋତ୍ସବ ଆରମ୍ଭ ହେବ। ଭାରତ ବ୍ୟତୀତ ଅନ୍ୟ କିଛି ଦେଶରେ ବି ବିଭିନ୍ନ ପ୍ରକାର ପିଠା ପ୍ରସ୍ତୁତ ହୁଏ। ତେଣୁ ଆମ ରାଜ୍ୟବାସୀ ସେମାନଙ୍କ ପିଠାର ମଜା ଉଠାଇ ପାରିବେ ଓ ସେମାନେ ଆମ ପିଠାର ସ୍ୱାଦ ଚାଖି ପାରିବେ ବୋଲି କହିଛନ୍ତି ଜିଲ୍ଲାପାଳ।

  • Related Posts

    ରାଇକିଆ ମଣ୍ଡଳର ସାଂଗଠନିକ ବୈଠକ ଅନୁଷ୍ଠିତ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ଭାଜପା ମଣ୍ଡଳ ପକ୍ଷରୁ ଦଡିଙ୍ଗିଆ ପଂଚାୟତ ପିସେରାମା ଠାରେ ଏକ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଇକିଆ ମଣ୍ଡଳ ସଭାପତି ସନ୍ତୋଷ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ସଂଗଠନର ସୁଦୃଢୀକରଣ, ଆଗାମୀ କାର୍ଯ୍ୟକ୍ରମର ରୂପରେଖା…

    Continue reading
    ସୌମ୍ୟ ହତ୍ୟା ମାମଲା:ଏଯାବତ୍ ୩୦ ଜଣଙ୍କୁ ଜେରା

    ଭୁବନେଶ୍ଵର:ବହୁ ଚର୍ଚ୍ଚିତ ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ଚାଞ୍ଚଲ୍ୟ ଖବର। ସୌମ୍ୟ ହତ୍ୟା ମାମଲାରେ ଏଯାବତ୍ ୩୦ ଜଣଙ୍କୁ ଜେରା କଲା କ୍ରାଇମବ୍ରାଞ୍ଚ। ଏ ନେଇ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସାଙ୍ଗ, ପରିବାର ସମେତ ୩୦ ଜଣଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ