ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: କେରଳ ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆକଳନର ୮ ଦିନ ପୂର୍ବରୁ କେରଳ ଛୁଇଁଛି। ସେପଟେ, ମୌସୁମୀ କେରଳ ଛୁଇଁବା ପରେ ଓଡ଼ିଶା ଅନେକ ସ୍ଥାନରେ ପ୍ରାକମୌସୁମୀ ବର୍ଷା ଦେଖିବାକୁ ମିଳିଛି। ଭୁବନେଶ୍ୱର ସମେତ ଅନ୍ୟ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭଦ୍ରକ, କଟକ, ଯାଜପୁର, କେନ୍ଦ୍ରାପଡା ଓ ଜଗତିଂହପୁର ଏହି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୩ ଜିଲ୍ଲାକୁ ବିଜୁଳି ଘଡଘଡି ସହ ହଳୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ କେନ୍ଦୁଝର, ମାଲକାନଗିରି , କୋରାପୁଟ,ରାୟଗଡା, ଗଜପତି, ଗଂଜାମ, ଜଗତସିଂହପୁର କେନ୍ଦ୍ରାପଡା କନ୍ଧମାଳକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ସୃଷ୍ଟି ହେବାର ୨ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ। ଏହାରି ପ୍ରଭାବରେ ୨୭ ତାରିଖରୁ ୩୦ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ