ଭୁବନେଶ୍ବର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ବର : ଭୁବନେଶ୍ବର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳିଗଲା ଗଦି ଫ୍ୟାକ୍ଟ୍ରି । ରାତି ୧୨ଟାରୁ ସକାଳ ୬ଟା ପର୍ୟ୍ୟନ୍ତ ଜଳିଲା ଗଦି ଫ୍ୟାକ୍ଟ୍ରି । ଦୀର୍ଘ ୬ଘଣ୍ଟା ଯାଏଁ ନିଆଁକୁ ଆୟତ୍ତ କରିବାକୁ ନୟାନ୍ତ ହେଲେ ଅଗ୍ନିଶମ ବାହିନୀ । ଶେଷରେ ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବାହିନୀ କର୍ମଚାରୀ ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ମଞ୍ଚେଶ୍ବର ଶିଳ୍ପାଞ୍ଚଳରେ ଥିବା ଟି.କେ. ଫୋମ୍ ପ୍ରାଇଭେଟ୍ ଲିମିଟେଡ୍ ନାମକ ଗଦି ଫ୍ୟାକ୍ର୍ଟିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଫଳରେ ଫ୍ୟାକ୍ଟ୍ରିର ମେସିନ ସହ ଜିନିଷପତ୍ର ପୋଡ଼ି ପାଉଁଶ ହୋଇଯାଇଛି । ରାତି ୧୨ଟା ବେଳେ ଫ୍ୟାକ୍ଟ୍ରିରେ ନିଆଁ ଲାଗିଥିବା ସୂଚନା ମିଳିଛି । ତେବେ ନିଆଁ ଲାଗିବା ସମୟରେ କମ୍ପାନୀ ଆଉଟ୍ ହାଉସରେ ଥିବା କର୍ମଚାରୀ ମାନେ ଶୋଇ ପଡ଼ିଥିଲେ । ଫଳରେ ନିଆଁ ସମଗ୍ର ୟୁନିଟ୍‌କୁ ବ୍ୟାପି ଯାଇଥିଲା । ନିଆଁ ଲାଗିବା ନେଇ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଖବର ପାଇ ମଞ୍ଚେଶ୍ୱର, ଚନ୍ଦ୍ରଶେଖରପୁର, ଭୁବନେଶ୍ବର, ସେକ୍ରେଟାରିଏଟ୍, କଟକ, ଖୋର୍ଦ୍ଧା ଅଗ୍ନିଶମ ବାହିନୀ ଓ ଷ୍ଟ୍ରାଇକିଂ ଫୋର୍ସ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ କରିଥିଲେ । ସ୍ଥିତି ବିଗିଡ଼ିବାରୁ ନିଆଁ ଲିଭାଇବା ପାଇଁ ରୋବୋଟ୍ ନିୟୋଜିତ ହୋଇଥିଲା । ଦୀର୍ଘ ୬ଘଣ୍ଟା ପରେ ନିଆଁ ଲିଭାଇଲେ ଅଗ୍ନିଶମ କର୍ମଚାରୀ । ନିଆଁର ପ୍ରକୋପ ଏତେ ପ୍ରଖର ଥିବା ଯେ କାରଖାନାର ଚାରିପଟ କାନ୍ଥ ଫାଟି ଯାଇଛି । ଗଦି ଓ ଗଦି ତିଆରି ସରଞ୍ଜାମ ସହ ମେସିନ ମଧ୍ୟ ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଯାଇଛି । କାରଖାନା ମାଲିକଙ୍କ କହିବା ଅନୁଯାୟୀ, ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଯୋଗୁଁ ପାଖାପାଖି ୧୦ କୋଟି ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଛି ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ