ବର୍ଷା: ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖିଲେ ଏସଆରସି

ଭୁବନେଶ୍ବର: ଆଗକୁ ଆସୁଛି ବଡ଼ ବର୍ଷା, ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖିଲେ ସ୍ବତନ୍ତ୍ର ରିଲିଫ୍ କମିଶନର । ରାଜ୍ୟରେ ବର୍ଷା ସତର୍କତା ନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆର୍‌ସି ଦେଓରଞ୍ଜନ କୁମାର ସିଂହ । ସମ୍ଭାବ୍ୟ ବର୍ଷା ପାଇଁ ପ୍ରସ୍ତୁତ ଓ ସତର୍କ ରହିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ନେଇ ସତର୍କ କରାଇଛନ୍ତି । ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ କରିବାକୁ କରିଛନ୍ତି ଏସ୍‌ଆର୍‌ସି । କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ସେପଟେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମଧ୍ୟ ବାରଣ କରାଯାଇଛି । ମତ୍ସ୍ୟଜୀବୀଙ୍କ ପାଇଁ ନିୟମ କଡ଼ାକଡ଼ି କରିବାକୁ ଚିଠିରେ ଉଲ୍ଲେଖ ରହିଛି ।

ଅନ୍ୟପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗକୁ ଆଗକୁ ଅଗ୍ରସର ହେଉଛି । ସୋମବାର ଏହା ମୁମ୍ବାଇ ସମେତ ମହାରାଷ୍ଟ୍ରର ଅଧିକାଂଶ ସ୍ଥାନ, କର୍ଣ୍ଣାଟକ, ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି ଅଞ୍ଚଳ, ତ୍ରିପୁରା, ମଣିପୁର, ନାଗାଲାଣ୍ଡ ଓ ଆସାମର କିଛି ଅଞ୍ଚଳରେ ପହଞ୍ଚିଛି । ୨୮ ବା ୨୯ ତାରିଖ ସୁଦ୍ଧା ମୌସୁମୀ ଓଡ଼ିଶାରେ ପହଞ୍ଚିପାରେ ।
ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶା, ସୁନ୍ଦରଗଡ଼ ଓ ଦେବଗଡ଼ରେ ଭଲ ବର୍ଷା ହେବ । ଆଗକୁ ବର୍ଷା ହେବାର ଥିବାରୁ ୨୯ ତାରିଖ ସୁଦ୍ଧା ଓଡ଼ିଶାରେ ମୌସୁମୀ ପହଞ୍ଚିଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ