୨ ମାସ ମଧ୍ୟରେ ସ୍ୱାଧୀନତା ସଂଗ୍ରାମୀ ସୁଦର୍ଶନ ବେହେରାଙ୍କୁ ପେନସନ ଦିଅ: ହାଇକୋର୍ଟ

କଟକ: ସ୍ବାଧୀନତା ସଂଗ୍ରାମୀଙ୍କୁ ଦୁଇ ମାସ ଭିତରେ ପେନ୍‌ସନ ଦେବାକୁ ହାଇକୋର୍ଟ ନି‌ର୍ଦ୍ଦେଶ ଦେଇଛନ୍ତି ।ଦୁଇ ମାସ ଭିତରେ ଆବେଦନକାରୀଙ୍କୁ ସ୍ବାଧୀନତା ସଂଗ୍ରାମୀ ପେନସନ (ଅଣବନ୍ଦୀ) ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।ଏଥି ସହିତ ଆବେଦନକାରୀଙ୍କୁ ଏପରି ପେନସନ୍ ବାବଦ ବକେୟା ପ୍ରାପ୍ୟ ମଧ୍ୟ ଏହି ଅବଧି ଭିତରେ ପ୍ରଦାନ କରାଯିବ ବୋଲି କୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି । ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ସୁଦର୍ଶନ ବେହେରାଙ୍କ ପକ୍ଷରୁ ଦାୟର ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି ।ଦେଶର ସ୍ବାଧୀନତା ସଂଗ୍ରାମରେ ଅଂଶଗ୍ରହଣ କରିଥିବା ଜଣେ ଶତାୟୁ ସଂଗ୍ରାମୀଙ୍କୁ ଶେଷରେ ହାଇକୋର୍ଟରୁ ନ୍ୟାୟ ମିଳିଛି । ସ୍ବାଧୀନତା ସଂଗ୍ରାମୀ ପେନସନ ସଂପର୍କିତ ଆବେଦନକାରୀଙ୍କ ଦାବିକୁ ଅଗ୍ରାହ୍ୟ କରି ରାଜ୍ୟ ସରକାରଙ୍କ ତରଫରୁ ପ୍ରଦାନ କରାଯାଇଥିବା ନିର୍ଦ୍ଦେଶକୁ ହାଇକୋର୍ଟ ରଦ୍ଦ କରିଛନ୍ତି । ଏ ସଂପର୍କିତ ବାସ୍ତବ ଦାବି ଗୁଡ଼ିକ ପ୍ରତି କର୍ତ୍ତୃପକ୍ଷ ଯତ୍ନବାନ ହେବା ଉଚିତ ବୋଲି ହାଇକୋର୍ଟ ରାୟରେ ଉଲ୍ଲେଖ କରିଛନ୍ତି ।ମାମଲାର ବିବରଣୀରୁ ଜଣା ପଡ଼ିଛି ଯେ, ସୁଦର୍ଶନ ବେହେରା, ୧୬ ବର୍ଷ ବୟସରେ ୧୯୪୦ରୁ ସତ୍ୟାଗ୍ରହ, ଅସହଯୋଗ ଆନ୍ଦୋଳନ ଓ ଭାରତ ଛାଡ଼ ଆନ୍ଦୋଳନରେ ଭାଗ ନେଇ ବ୍ରିଟିଶ ସରକାରଙ୍କ ଦ୍ୱାରା ବନ୍ଦୀ ହୋଇଥିଲେ । କିନ୍ତୁ ଜେଲ ଯିବା ସଂପର୍କିତ ପ୍ରମାଣପତ୍ର ସେ ହାସଲ କରିପାରିନଥିଲେ । ଭାରତ ସରକାରଙ୍କ ସ୍ବାଧୀନତା ସଂଗ୍ରାମୀ ପେନସନ ଯୋଜନା ଅନୁସାରେ, ସେ ପେନସନ ପାଇଁ ଗତ ୧୯୮୭ରେ ଆବେଦନ କରିଥିଲେ ମଧ୍ୟ ଏହାକୁ ବିଚାରକୁ ନିଆଯାଇ ନଥିଲା ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ