ପୁଞ୍ଜିଲାଲଙ୍କୁ ଆଜୀବନ କାରାଦଣ୍ଡ, ୫୦ ହଜାର ଜୋରିମାନା

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ଘଟଣାର ଯବନିକା ପଡ଼ିଛି । ତାହା ହେଲା ପାଟଣାଗଡ଼ ଏଡିଜି କୋର୍ଟରେ ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଏଥିସହ କୋର୍ଟ ପୁଞ୍ଜିଲାଲଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହାଛଡ଼ା ୫୦ ହଜାର ଟଙ୍କା ଜୋରିମାନା କରିଛନ୍ତି ।

ଖବର ଅନୁଯାୟୀ, ୨୦୧୮ ମସିହା ଫେବୃଆରୀ ୨୩ ତାରିଖରେ ପାଟଣାଗଡ଼ର ନବବିବାହିତ ସୌମ୍ୟ ଶେଖର ଓ ତାଙ୍କ ସ୍ତ୍ରୀ ରୀମା ରାଣି ଏକ ପାର୍ସଲ ଗିଫ୍ଟ ପ୍ୟାକ୍‌କୁ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା । ଯେଉଁଥିରେ ସୌମ୍ୟ ଶେଖର ଓ ତାଙ୍କ ଜେଜେମା ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପରେ ଉଭୟଙ୍କର ମୃତ୍ୟୁ ହୋଇଥିଲା । ମାମଲାର ତଦନ୍ତ ପାଇଁ ତତ୍‌କାଳୀନ ସରକାର ବରିଷ୍ଠ ପୋଲିସ ଅଧିକାରୀ ଅରୁଣ ବୋଥ୍ରାଙ୍କ ତତ୍ୱାବଧାନରେ ଏକ ଟିମ୍‌ ଗଠନ କରିଥିଲା । ଟିମ୍‌ ବିଭିନ୍ନ ଦିଗକୁ ତଦନ୍ତ କରି ପୁଞ୍ଜିଲାଲ ମେହେରଙ୍କୁ ଗିରଫ କରିଥିଲା । ମାମଲାରେ ପ୍ରଥମେ ଜିଲ୍ଲା ପୋଲିସ ଆଉ ପରେ କ୍ରାଇମବ୍ରାଞ୍ଚ ପ୍ରାୟ ୨ ହଜାର ପୃଷ୍ଠାର ତଦନ୍ତ ରିପୋର୍ଟ କୋର୍ଟରେ ଦାଖଲ କରିଥିଲେ । ଏହାସହିତ ୬୩ ଜଣଙ୍କର ସାକ୍ଷ୍ୟଗ୍ରହଣ ହୋଇଥିଲା । ଆଉ ଏବେ ଦୀର୍ଘ ସାତ ବର୍ଷ ପରେ ରାୟ ପ୍ରକାଶ କରିଛନ୍ତି ପାଟଣାଗଡ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ । ମାମଲାରେ ଅଭିଯୁକ୍ତ ଥିବା ପୁଞ୍ଜାଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ମାନ୍ୟବର କୋର୍ଟ ।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !