୧ କୋଟି ୮ ଲକ୍ଷ ଟଙ୍କା ଠକାମି: ଦୁଇ ସାଇବର ଠକ ଗିରଫ

ଭୁବନେଶ୍ୱର, : ଅନଲାଇନ ଗେମରେ କ୍ରିକେଟ ବେଟିଂ ମାଧ୍ୟମରେ ୧ କୋଟି ୮ ଲକ୍ଷ ଟଙ୍କା ଠକାମି କରିଥିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ଦୁଇଜଣଙ୍କୁ ଗିରଫ କରିଛି । ଦୁଇ ଅଭିଯୁକ୍ତ ହେଉଛନ୍ତି, ପଶ୍ଚିମବଙ୍ଗର ବାସିନ୍ଦା ଏସ୍.କେ. ୱାସିଉଲ୍ ଇସଲାମ୍ ଓରଫ ରୋହନ୍ ଏବଂ ଭୁବନେଶ୍ୱର ଖାରବେଳନଗର ଅଞ୍ଚଳର ଜ୍ୟୋତି ପ୍ରକାଶ ପଲ୍ଲାଇ। ପୋଲିସ ଅଭିଯୁକ୍ତଙ୍କ ଠାରୁ ପାସବୁକ୍, ଚେକ୍, ମୋବାଇଲ୍ ଫୋନ୍, ସିମ୍ କାର୍ଡ, GST ସାର୍ଟିଫିକେଟ୍, ଆଧାର ଏବଂ ପାନ କାର୍ଡ ଜବତ କରିଛି। ଏହା ସହ ଉଭୟ ଅଭିଯୁକ୍ତଙ୍କ ଅନେକ ବ୍ୟାଙ୍କ ଆକାଉଣ୍ଟକୁ ପୋଲିସ ଫ୍ରିଜ୍ କରିଛି। ଯାଜପୁର ଜିଲ୍ଲାର କଳିଙ୍ଗନଗର ଅଞ୍ଚଳର ଜଣେ ବ୍ୟକ୍ତି ଅନଲାଇନ ଗେମରେ କ୍ରିକେଟ ବେଟିଂ ମାଧ୍ୟମରେ ୧ କୋଟି ୮ ଲକ୍ଷ ଟଙ୍କା ଠକାମିର ଶିକାର ହୋଇଥିବା ସଂକ୍ରାନ୍ତରେ ସାଇବର ଥାନାରେ ଅଭିଯୋଗ ହୋଇଥିଲା।

ପ୍ରାରମ୍ଭରେ ସାଇବର ଅପରାଧୀମାନେ ତାଙ୍କୁ ଅନଲାଇନ କ୍ରିକେଟ୍ ବେଟିଂର ଦୁଇଟି ୱେବସାଇଟ୍ ଲିଙ୍କ୍ ସେୟାର କରିଥିଲେ।Www.dream444.com ଏବଂ www.dream666.com ଆଇଡି ବ୍ୟବହାର କରି କ୍ରିକେଟ୍ ବେଟିଂ ମାଧ୍ୟମରେ ଟଙ୍କା ରୋଜଗାର କରିବାକୁ ଉପରୋକ୍ତ ଦୁଇ ସାଇବର ଅପରାଧୀ ପ୍ରଲୋଭିତ କରିଥିଲେ।
ସେହି ଅନୁଯାୟୀ ବ୍ୟକ୍ତି ଜଣକ ପ୍ରଥମେ ଅଳ୍ପ କିଛି ଟଙ୍କା ବିନିଯୋଗ କରିଥିଲେ। ଅନ୍ୟ ପକ୍ଷରେ ଅପରାଧୀ ମାନେ ମଧ୍ୟ ତାଙ୍କୁ କିଛି କିଛି ଟଙ୍କା ଫେରସ୍ତ କରିଥିଲେ। ଯାହା ଫଳରେ ଟଙ୍କା ଫେରସ୍ତ ପାଇବାକୁ ତାଙ୍କର ବିଶ୍ୱାସ ସୃଷ୍ଟି ହୋଇଥିଲା। ଅଭିଯୋଗକାରୀ ଜଣକ ତାଙ୍କ ପତ୍ନୀ, ବନ୍ଧୁ ଏବଂ କର୍ମଚାରୀଙ୍କ ଆକାଉଣ୍ଟ ମାଧ୍ୟମରେ ବିଭିନ୍ନ ପର୍ଯ୍ୟାୟରେ ୧.୦୮ କୋଟି ଟଙ୍କା ଟ୍ରାନ୍ସଫର କରିଥିଲେ। ଅନ୍ୟପକ୍ଷରେ ସାଇବର ଅପରାଧୀମାନେ ତାଙ୍କୁ ଟଙ୍କା ଫେରସ୍ତ କରିବା ପରିବର୍ତ୍ତେ ଦିନ ପରେ ଦିନ ଗଡ଼ାଇ ଚାଲିଥିଲେ।
ଅଗଷ୍ଟ ୨୦୨୨ ରୁ ଜାନୁଆରୀ ୨୦୨୫ ପର୍ଯ୍ୟନ୍ତ ୱେବସାଇଟ ମାଧ୍ୟମରେ ସେ ଉପରୋକ୍ତ ପରିମାଣର ଟଙ୍କା ଜମା କରିଥିଲେ। ତେବେ ଦିନ ଗଡ଼ିବା ସତ୍ତ୍ୱେ ଟଙ୍କା ଫେରସ୍ତ ନ ପାଇବାରୁ ବ୍ୟକ୍ତି ଜଣକ ଥାନାର ଦ୍ୱାରସ୍ଥ ହୋଇଥିଲେ। କ୍ରାଇମବ୍ରାଞ୍ଚ ପକ୍ଷରୁ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ