ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତରେ ପରିଣତ ହୋଇଥିବା ସୂଚନା ମିଳିଛି । ଅବପାତ ଉତ୍ତର ଆଡକୁ ଗତି କରି ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି । ପାରାଦ୍ୱୀପ ଠାରୁ ୧୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବାରୁ ଏହାର ପ୍ରଭାବରେ ରାଜ୍ୟରେ ପାଗ କୋହଲା ରହିଥିବା ବେଳେ କିଛି ଜିଲାରେ ବର୍ଷା ହୋଇଛି ।
ସେପଟେ ଆଜି ପ୍ରବଳ ବର୍ଷା ନେଇ ୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ଅଧିକାଂଶ ଜିଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ସେହି ଜିଲାଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା । ଏହି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି ।

  • Related Posts

    ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଲା ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

    ଭୁବନେଶ୍ବର: ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଜାତୀୟସ୍ତରର ସମ୍ମାନ । ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ପବନ ଶକ୍ତି କ୍ଷେତ୍ରରେ ନିବେଶଜନିତ ବିପଦ ହ୍ରାସ ଓ ନେତୃତ୍ୱ ପାଇଁ ରାଜ୍ୟକୁ ‘ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ’ ପୁରସ୍କାର ପ୍ରଦାନ…

    Continue reading
    +୨ ପରୀକ୍ଷା: ବଢ଼ିଲା ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ ଅନଲାଇନ୍ ଫର୍ମ ଫିଲ୍‌ଅପ୍ ଅବଧି

    ଭୁବନେଶ୍ବର: ଓଡ଼ିଶା, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE), ବାର୍ଷିକ ଯୁକ୍ତ ଦୁଇ (+2) 2027 ପରୀକ୍ଷା ପାଇଁ ଏକ୍ସ-ରେଗୁଲାର (Ex-Regula) ପରୀକ୍ଷାର୍ଥୀଙ୍କ ଅନଲାଇନ୍ ଫର୍ମ ପୂରଣର ଶେଷ ତାରିଖକୁ ବୃଦ୍ଧି କରିଛି । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ