ରାଜ୍ୟସ୍ତରୀୟ ଆନ୍ତଃ ବିଦ୍ୟାଳୟ ବ୍ୟାଣ୍ଡ୍ ପ୍ରତିଯୋଗିତା ଆୟୋଜିତ

ଭୁବନେଶ୍ବର :  ରାଜ୍ୟସ୍ତରୀୟ ଆନ୍ତଃ ବିଦ୍ୟାଳୟ ବ୍ୟାଣ୍ଡ୍ ପ୍ରତିଯୋଗିତା ସ୍ଥାନୀୟ ୟୁନିଟ୍-୬ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଆୟୋଜିତ ହୋଇଯାଇଛି । ପୂର୍ବାହ୍ନରେ ଆୟୋଜିତ ଉଦଘାଟନୀ ସମାରୋହରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀଯୁକ୍ତ ରଘୁରାମ୍ ଆର୍ ଆୟାର ଯୋଗ ଦେଇ ପିଲାମାନଙ୍କୁ ବ୍ୟାଣ୍ଡ୍ ପ୍ରତିଯୋଗିତାର ଉଦ୍ଦେଶ୍ୟ ତଥା ଆବଶ୍ୟକତା ସମ୍ପର୍କରେ ଅବଗତ କରିଥିଲେ । ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନଙ୍କ ମଧ୍ୟରେ ଓସେପାର ଅତିରିକ୍ତ ନିର୍ଦ୍ଦେଶକ (ସାଧାରଣ) ଶ୍ରୀମତୀ ସଙ୍ଗିତା ବେହେରା, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ମହେଶ୍ବର ସାହୁ, ପ୍ରଶିକ୍ଷଣ ସହାୟିକା ଶ୍ରୀମତୀ ଜୟା ବାନାର୍ଜୀ ଓ ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ଅରୁନ୍ଧତି ସାମନ୍ତରାୟ ଉପସ୍ଥିତ ଥିଲେ ।

 

ଏଥିସହିତ ଅପରାହ୍ନରେ ଆୟୋଜିତ ଉଦଯାପନୀ ଉତ୍ସବରେ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀମତୀ ଅନନ୍ୟା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପିଲାମାନଙ୍କୁ ରାଜ୍ୟସ୍ତରୀୟ ବ୍ୟାଣ୍ଡ୍ ପ୍ରତିଯୋଗିତାରେ ସେମାନଙ୍କର ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଅଭିନନ୍ଦନ ଜଣାଇବା ସହ ପରବର୍ତ୍ତୀ ସମୟରେ ଅଭ୍ୟାସ ଜାରି ରଖିବାକୁ ଉପଦେଶ ଦେଇଥିଲେ । ପରବର୍ତ୍ତୀ ସମୟରେ ଜୋନ୍ ସ୍ତରରେ ତଥା ଜାତୀୟ ସ୍ତରରେ କୃତିତ୍ବ ହାସଲ କରିବା ପାଇଁ ପିଲାମାନଙ୍କୁ ଉତ୍ସାହିତ କରିଥିଲେ । ଅନ୍ୟତମ ବିଶିଷ୍ଟ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସ୍ବତନ୍ତ୍ର ଶାସନ ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦ ଯୋଗଦେଇ ପିଲାମାନଙ୍କର ଚମତ୍କାର ପ୍ରଦର୍ଶନକୁ ପ୍ରଶଂସା କରିଥିଲେ ଏବଂ ଅତିରିକ୍ତ ନିର୍ଦ୍ଦେଶକ (ଗୁଣବତ୍ତା) ଡ଼ ସନାତନ ପଣ୍ଡା ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

 

ଏହି ଅବସରରେ ବିଭିନ୍ନ ବିଭାଗରେ ବିଜୟୀ ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । ବାଳକ ବିଭାଗ ବ୍ରାସବ୍ୟାଣ୍ଡ ପ୍ରତିଯୋଗିତାରେ ବରଗଡ଼ସ୍ଥିତ ଜର୍ଜ ହାଇସ୍କୁଲ, ବାଳିକା ବିଭାଗର ବ୍ରାସବ୍ୟାଣ୍ଡ ପ୍ରତିଯୋଗିତାରେ ୟୁନିଟ-୨ ସ୍ଥିତ କ୍ୟାପିଟାଲ୍ ସରକାରୀ ଉଚ୍ଚ ବିଦ୍ୟାଳୟ, ବାଳକ ବିଭାଗ ପାଇପ୍ ବ୍ୟାଣ୍ଡ ପ୍ରତିଯୋଗିତାରେ ମୟୂରଭଞ୍ଜସ୍ଥିତ ବିବେକାନନ୍ଦ ପବ୍ଲିକ ହାଇସ୍କୁଲ ପ୍ରଥମ ସ୍ଥାନ ଅଧିକାର କରି ଆସାମରେ ଅନୁଷ୍ଠିତ ଜୋନସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି ।

 

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ