ଶିଶୁ ଡାକ୍ତର ହତ୍ୟା ଘଟଣାରେ : ଦୁଇ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

ସୋନପୁର: ବହୁ ଚର୍ଚ୍ଚିତ ଶିଶୁ ଡାକ୍ତର ହତ୍ୟା ଘଟଣାରେ ପ୍ରକାଶ ପାଇଲା ରାୟ । ଦୀର୍ଘ ୧୧ ବର୍ଷ ପରେ ମାମଲାରେ ରାୟ ଶୁଣାଇଲେ ସୋନପୁର ଏଡିଜେ କୋର୍ଟ । ଦୁଇ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ସହ ୨୫ ହଜାର ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍‌ ।
ଖବର ଅନୁଯାୟୀ, ୨୧ ନଭେମ୍ବର ୨୦୧୪ ମସିହା ସନ୍ଧ୍ୟା ସମୟରେ ଶିଶୁରୋଗ ବିଶେଷଜ୍ଞ ତଥା ADMO ଡାକ୍ତର ଦୂର୍ବାଦଳ ମିଶ୍ରଙ୍କୁ ତାଙ୍କ ଘର ଆଗରେ ଅତି ନିର୍ମମ ଭାବେ ହତ୍ୟା କରିଥିଲେ ଦୃର୍ବୁତ୍ତ । ଏହି ଘଟଣାର ତଦନ୍ତ କରି ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୋଲିସ। ଘଟଣାର ଚୁଡାନ୍ତ ଶୁଣାଣିର ଶନିବାର ଦିନ ରାୟ ପ୍ରକାଶ ପାଇଥିବା ବେଳେ ଉଭୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହ ଦୁଇ ଅଭିଯୁକ୍ତଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍। ଅଭିଯୁକ୍ତ ଦୁଇ ହେଲେ ପ୍ରତ୍ୟୁଷ ପଣ୍ଡା (ବବୁଲୁ) ଓ ଅଶୋକ ସାହୁ। ଏହି ଚର୍ଚ୍ଚିତ ଘଟଣାର ସରକାରୀ ଓକିଲ ଭାବେ ଦଶରଥ ମାହାଣା ପରିଚାଳନା କରିଥିବା ବେଳେ ଅଭିଯୁକ୍ତଙ୍କ ଓକିଲ ଭାବେ ରାଜେନ୍ଦ୍ର ଅଗ୍ରୱାଲ କେସ୍‌ ପରିଚାଳନା କରିଥିଲେ। ତେବେ ରାୟକୁ ଆମେ ଉପର କୋର୍ଟରେ ଅପିଲ କରିବୁ ବୋଲି ଅଭିଯୁକ୍ତଙ୍କ ଓକିଲ କହିଥିବାବେଳେ ଅପରପକ୍ଷରେ ସରକାରୀ ଓକିଲ ପ୍ରତିକ୍ରିୟା ଦେବାକୁ ମନା କରିଛନ୍ତି ।

  • Garvita Odia

    Related Posts

    ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର

    ଚନ୍ଦନେଶ୍ୱର: ସୈତାନ ସାଜିଲା ବାପା । ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ପୁଅକୁ ହାଣିଲା । ପୁଅ ଓ ସ୍ତ୍ରୀକୁ ଗୁରୁତର ଅବସ୍ଥାରେ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ବାଲେଶ୍ୱର ଜିଲ୍ଲା ଭୋଗରାଇ ଦହମୁଣ୍ଡାରେ ଏଭଳି ଘଟଣା ଘଟିଛି ।…

    ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

    କୋରାପୁଟ : ପଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳ ଭଣ୍ଡାରକୁ ଡେଇଁ ଦୁଇ ପ୍ରେମୀ ଯୁଗଳ ଆତ୍ମହତ୍ୟା । ଅଗ୍ନିଶମ ବାହିନୀ ପହଞ୍ଚି ଉଭୟଙ୍କ ମୃତଦେହ ଜଳଭଣ୍ଡାରରୁ ଉଦ୍ଧାର କରିଛି। ନନ୍ଦପୁର ବ୍ଲକ ର ଅତଣ୍ଡା ଗ୍ରାମ ପଞ୍ଚାୟତର ଯୁକ୍ତ ଦୁଇ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !