ସରଣ୍ଡା ଜଙ୍ଗଲରୁ ପୁଣି ୭୦୦ କେଜି ବିସ୍ଫୋରକ ଜବତ

ଭୁବନେଶ୍ୱର: ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରୁ ମିଳିଲା ଆଉ ୭୦୦ କେଜି ବିସ୍ଫୋରକ। ତଲାସୀ ଅଭିଯାନ ସମୟରେ ବିସ୍ଫୋରକ ଜବତ କରିଛନ୍ତି ସୁରକ୍ଷା ବାହିନୀ। ସୋମବାର ୨୯୬୦ କେଜି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିଲା।
ସୂଚନାଯୋଗ୍ୟ, ଗତ ମଙ୍ଗଳବାର ୨୭ ତାରିଖ ସକାଳରେ ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନ‌ା ବାଙ୍କୋ ପଥର ଖଣିରୁ ୪ ଟନ୍‌ରୁ ଅଧିକ ବିସ୍ଫୋରକ ଲୁଟ୍ ହୋଇଥିଲା। ଲୁଟ୍ ଘଟଣା ପାଇଁ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ସମେତ ସାରା ଦେଶରେ ହାଇଆଲର୍ଟ ପରିସ୍ଥିତି ସୃଷ୍ଟି ହୋଇଛି। ଘଟଣାର ତଦନ୍ତ ଭାର ଦେଶର ଶ୍ରେଷ୍ଠ ତଦନ୍ତକାରୀ ସଂସ୍ଥା ଏନଆଇଏକୁ ହସ୍ତାନ୍ତର କରାଯାଇଛି। ୨୦୯ କୋବରା ବାଟାଲିୟନ, ସିଆର୍‌ପିଏଫ୍‌, ଡିଭିଏଫ୍ ଫୋର୍ସ ,ଝାଡଖଣ୍ଡ ଜାଗୁଆର ଓ ଏସଓଜି ଟିମ୍ ଲଗାତାର ଭାବେ ତଲାସୀ ଅଭିଯାନ ଚଳାଇଛନ୍ତି।

  • Related Posts

    ଚିଲିକା ମଝିରେ ଅଟକିଲା ଡଙ୍ଗା

    କୃଷ୍ଣପ୍ରସାଦ:ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଏବଂ ୨୫ ମୋଟର ସାଇକେଲ ନେଇ ଜହ୍ନିକୁଦାରୁ ସାତପଡ଼ା ଅଭିମୁଖେ ଯାତ୍ରା କରିଥିଲା। ତେବେ…

    Continue reading
    ଲଘୁଚାପ ଆଣିବ ବଡ଼ ବର୍ଷା, ଉପକୂଳରେ ପ୍ରବଳ କାଚିବ

    ଭୁବନେଶ୍ୱର; ପାର୍ବଣକୁ ପାଣିଚିଆ କରିପାରେ  ବର୍ଷା । ଏ ସମ୍ଭାବନାକୁ ଆହୁରି ବଢ଼ାଇ ଦେଇଛି ୟୁରୋପୀୟ ମଡେଲ୍‌ ଇସିଏମଡବ୍ୟୁଏଫର ତାଜା ପୂର୍ବାନୁମାନ । ଏହି ମଡେଲ୍‌ ଅନୁସାରେ ସମ୍ଭାବ୍ୟ  ଲଘୁଚାପ ଘନୀଭୂତ ହୋଇ ଅବପାତ, ଗଭୀର ଅବପାତ ହୋଇପାରେ । ଗଭୀର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ