ତିନି ରଥରେ ଉଠିଲା ଚାରିନାହାକା

ପୁରୀ: ବଡ଼ଦାଣ୍ଡରେ ଚଳଚଞ୍ଚଳ ରଥ ଖଳା। ଜୋର୍‌ସୋର ଆଗେଇ ଚାଲିଛି ବିଶ୍ବ ନିଅନ୍ତାଙ୍କ ରଥ ନିର୍ମାଣ। ସ୍ନାନ ପୂର୍ଣ୍ଣିମା ୪ ଦିନ ପୂର୍ବରୁ ଉଠିଲା ଚାରିନାହାକ। ମୁଖ୍ୟ ବିଶ୍ବକର୍ମାଙ୍କ ନିର୍ଦ୍ଦେଶ କ୍ରମେ ଭୋଇ ସେବାୟତମାନେ ତିନି ରଥର ଚାରିନାହାକ ଉପରକୁ ଉଠାଇଛନ୍ତି। ଏହା ପରେ ପରମ୍ପରା ଅନୁଯାୟୀ ରଥ ଉପରେ ରହି ତୃତୀୟ ହରି ବୋଲ ପକାଇଛନ୍ତି। ପରେ ରଥର ଉପରି ଅଂଶ କାମ ଆରମ୍ଭ ହେବ ବୋଲି ଜଣାପଡିଛି। ଆଜି ସକାଳୁ ତିନି ରଥର ପାଞ୍ଚ ଦଣ୍ଡା ଉଭୟ ପାର୍ଶ୍ଵରେ ଗୋଟିଏ ଗୋଟିଏ ପୋଲ ଗୟଳ ଆଗ ଏବଂ ପଛ ନିରାଡି ସହ ସଂଯୁକ୍ତ ହୋଇ ମୋଡ଼ାଯାଇଥିଲ। ପୋଲ ଗୟଳକୁ ମୁଣ୍ଡାଇ ରଖିବା ପାଇଁ ସାତ ଗୋଟି ଟାଣ ବା ଖମ୍ବି ଉଭୟ ପାର୍ଶ୍ଵ ଦଣ୍ଡାରେ ବିନ୍ଧ କରାଯାଇ ସେଟିଂ କରାଯାଇଛି। ତିନିରଥ ଚାରି ନାହାକା ଉଠିବା ସହଜ ହେବାପାଇଁ ଭୋଇ ସେବକ ମାନେ ପୋଲା ଗୟଳ ଉପରେ ଭାରା ବାନ୍ଧି ଫାଳୀ ବଟନ କାଠ ପକାଇଥିଲେ। ପରେ ଆଜି ତିନି ରଥ ଚାରିନାହାକା ଉପରକୁ ଉଠାଯାଇଥିଲା।ତିନି ରଥର ଗାରେଡ଼ି ଏବଂ ଅଁଳା ନିର୍ମାଣ ପାଇଁ ରଥ ଅମୀନ ତିନି ରଥ ଚାଳିକୁ ୪ ଗୋଟି ଲେଖାଏଁ ୬ ଫୁଟ ଲମ୍ବ କାଠ ଭୋଇ ସେବକଙ୍କ ସହାୟତାରେ ଯୋଗାଇଥିଲେ। ଯାହାକି ତିନିରଥ ମହାରଣା ସେବକ ମାନେ ତାର ଚଉପଟ କାର୍ୟ୍ୟ ଶେଷ ପର୍ୟ୍ୟାୟରେ ପହଁଚିଛି। ତିନିରଥର ଶେଷ ଦୁଇଟି ଲେଖାଏଁ ଗୟଳ ର ଚଉପଟ କାର୍ୟ୍ୟ ତିନିରଥ ର ମହାରଣା ସେବକ ମାନେ ଶେଷ କରିଛନ୍ତି।ସେପଟେ ରୂପକାର ସେବକ ମାନେ ତିନିରଥର ନାଟ ଗୋଡ଼ରେ ରହୁରୁପ ବା ଗନ୍ଧର୍ବ ରୂପ ଖୋଦେଇ ଜାରି ରଖିଛନ୍ତି। ଦୋଳବେଦୀ ଅସ୍ଥାୟୀ କମାର ଶାଳରେ ଓଝା ସେବକମାନେ ପୋଟଳ ପାଇଁ ଗୋଡ଼ି ଛାଲ କଣ୍ଟା ଏବଂ ଗୟଳ ପାଇଁ ତାଗ କଣ୍ଟା ନିର୍ମାଣ ଜାରି ରଖିଛନ୍ତି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ