ଘର ଭିତରେ ବିସ୍ଫୋରଣ:ମହିଳା ମୃତ

ବୋଲଗଡ଼: ଘର ଭିତରେ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଶିଶୁ ଗୁରୁତର ଅଛି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ଖଙ୍ଗୁରିଆ ପଞ୍ଚାୟତ ଅଧୀନ ଇଚ୍ଛାପୁର ଗାଁରେ ଆଜି ଅପରାହ୍‌ଣରେ ଏହି ଅଘଟଣ ଘଟିଛି। ମୃତ ମହିଳାଙ୍କର ନାମ ବେଗମ୍ ଓରପ ଲିଲି (୨୭)।

ସୂଚନା ଅନୁସାରେ ବୋଲଗଡ଼ ଥାନା ଖଙ୍ଗୁରିଆ ପଞ୍ଚାୟତ ଅଧୀନ ଇଚ୍ଛାପୁର ଗାଁରେ ଥିବା ଏକ ଘରେ ଅଚାନକ ବିସ୍ଫୋରଣ ଘଟିଥିଲା। ବସ୍ଫୋରଣର ବିକଟାଳ ଶଦ୍ଦ ଶୁଣି ଆଖପାଖର ଲୋକେ ଭୟଭୀତ ହୋଇଯାଇଥିଲେ। ପଡୋଶୀ ଲୋକେ ବିସ୍ଫୋରଣସ୍ଥଳକୁ ଆସିଥିଲେ। ଏହାରି ଭିତରେ ଜଣେ ବେଗମ୍‌ ଓ ଶିଶୁ ଗୁରୁତର ହୋଇଥିଲେ। ଘଟଣା ସଂପର୍କରେ ସେମାନେ ପୁଲିସକୁ ସୂଚନା ଦେଇଥିଲେ। ସୂଚନା ଆଧାରରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ମହିଳା ଓ ଶିଶୁଙ୍କୁ ବୋଲଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲା। ସେଠାରେ ମହିଳାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

  • Related Posts

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ଝାରସୁଗୁଡା: ଝାରସୁଗୁଡା ସହରର ବୃନ୍ଦାବନ କଲୋନୀ ରାସ୍ତାରେ ଶନିବାର ଏକ ଘରୋଇ ବସ୍‌ରେ ନିଆଁ ଲାଗିବାରୁ ହୁତୁହୁତୁ ହୋଇ ଜଳି ଯାଇଛି । ବସ୍‌ରେ କେହି ନ ଥିବାରୁ ବିଶେଷ କ୍ଷତି ହୋଇନାହିଁ । ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି…

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ନୂଆପଡ଼ :ଟ୍ରକ ଧକ୍କାରେ ଚାଲିଗଲା ମାମୁ ଓ ଭଣଜାଙ୍କ ଜୀବନ । ନୂଆପଡ଼ା ଜାତୀୟ ରାଜପଥ ୩୫୩ କ୍ରିଷ୍ଣା ଛକ ସ୍ଥିତ ତେତେଲବନ୍ଧ ନିକଟରେ ଘଟିଛି ଦୁର୍ଘଟଣା । ମୃତକ କୋମନା ଥାନା ଖଇରଭାଡ଼ି ଗାଁର ପ୍ରେମ ମାଝୀ ଓ ଖୁଟଲୁ…

    Leave a Reply

    Your email address will not be published. Required fields are marked *

    You Missed

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨  ମୃତ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ  ସୁଭଦ୍ରା