ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା।
ଏକ ସ୍ଵତନ୍ତ୍ର ଡାକ୍ତରୀଦଳ ସୋନିଆଙ୍କ ଚିକିତ୍ସା କରୁଛନ୍ତି। ଅସୁସ୍ଥ ହେବାର କାରଣ କ’ଣ ତାହା ଜଣାପଡ଼ିନାହିଁ। ସୂଚନାଯୋଗ୍ୟ, ସୋନିଆ ଛୁଟି କାଟିବାକୁ ଚାରବ୍ରାସ୍ଥିତ ଝିଅ ପ୍ରିୟଙ୍କାଙ୍କ ଘରକୁ ୩ ଦିନ ତଳେ ଯାଇଥିଲେ।

  • Related Posts

    ସ୍ବଦେଶୀ ସାମଗ୍ରୀ କିଣନ୍ତୁ ଓ ବିଦେଶୀ ସାମଗ୍ରୀ ବିକ୍ରି କରିବାରୁ ବିରତ ରୁହନ୍ତୁ : ପ୍ରଧାନମନ୍ତ୍ରୀ

    ଅହମଦାବାଦ,୨୫/୦୮: ଅହମଦାବାଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ରୋଡ ସୋ କରିବା ସହ ଖୋଡାଲଧାମ ଗ୍ରାଉଣ୍ଡରେ ୫୪୦୦ କୋଟି ଟଙ୍କାର ଅନେକ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ…

    Continue reading
    ପ୍ରଶିକ୍ଷଣ ପାଇଁ ଓଡ଼ିଶାରେ ପହଁଚିଲେ ଶ୍ରୀଲଙ୍କାର ଅଧିକାରୀ

    ଭୁବନେଶ୍ୱର,୨୫/୦୮: ପଡ଼ୋଶୀ ରାଷ୍ଟ୍ର ଶ୍ରୀଲଙ୍କାର ୩୦ ଜଣ ଅଧିକାରୀ ଆଜି ଓଡ଼ିଶାରେ ପହଁଚିଛନ୍ତି । ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ ଆନୁକୂଲ୍ୟରେ ଏବଂ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଂଯୋଜନାରେ ସେମାନେ ପାଞ୍ଚ ଦିନ ଧରି ପ୍ରଶିକ୍ଷଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଦିଲ୍ଲୀରଠାରେ ଓପନ୍‌ ଏଆଇର ପ୍ରଥମ ଅଫିସ୍‌ ଖୋଲିବ

    ସ୍ବଦେଶୀ ସାମଗ୍ରୀ କିଣନ୍ତୁ ଓ ବିଦେଶୀ ସାମଗ୍ରୀ ବିକ୍ରି କରିବାରୁ ବିରତ ରୁହନ୍ତୁ : ପ୍ରଧାନମନ୍ତ୍ରୀ

    ଗମ୍ଭୀର ଅପରାଧର ଅଭିଯୁକ୍ତଙ୍କୁ ଦଳରେ ସାମିଲ କରି ମାମଲାର ସମାଧାନ କରୁଥିବା ମନ୍ତ୍ରୀ/ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ପଦବୀ ଛାଡିବା ଉଚିତ କି?: ଅରବିନ୍ଦ କେଜରିୱାଲ

    ୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣ ପଦକ ହାସଲ କଲେ ମୀରାବାଈ ଚାନୁ

    ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ

    ଓଡ଼ିଶା ହେବ ଇଲେକ୍ଟ୍ରୋନିକ୍ସ ହବ୍‌: ନୂତନ ନୀତି-୨୦୨୫କୁ ଅନୁମୋଦନ