ଆଗକୁ ଅସହ୍ୟ ଗରମ ଓ ଗୁଳୁଗୁଳି

ଭୁବନେଶ୍ୱର : ଆସନ୍ତା ତିନିଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିଯିବ । ୯ ତାରିଖରେ ତାତି ୪୪ ଡିଗ୍ରୀ ଛୁଇଁପାରେ । ଆଗକୁ ଭୀଷଣ ଗ୍ରୀଷ୍ମପ୍ରବାହ ସହିତ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୯ ତାରିଖ ବା ସୋମବାର ସୁନ୍ଦରଗଡ଼ ଓ ସୋନପୁର ଓ ଦେବଗଡ଼ରେ ୪୪ ଡିଗ୍ରୀ, ବରଗଡ଼, ଟିଟିଲାଗଡ଼, ଭବାନୀପାଟଣା, ମାଲକାନଗିରି ଓ ନୟାଗଡ଼ରେ ୪୨ଡିଗ୍ରୀ ଛୁଇଁପାରେ । ୧୦ ତାରିଖରେ ସୁନ୍ଦରଗଡ଼ ଓ ଟିଟିଲାଗଡ଼ରେ ୪୪ ଡିଗ୍ରୀ ଛୁଇଁପାରେ । ସମ୍ବଲପୁର ଓ ବଲାଙ୍ଗିରରେ ୪୩, ଭବାନୀପାଟଣା, ଫୁଲବାଣୀ, ଦେବଗଡ଼, ନୂଆପଡ଼ା ଓ ବୌଦ୍ଧରେ ତାତି ୪୨ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ତେବେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ ।

ସୋମବାର (୯ ତାରିଖ) ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସହ୍ୟ ଗରମ ଓ ଗୁଳୁଗୁଳି ହୋଇପାରେ । କିନ୍ତୁ ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ଘଡ଼ଘଡ଼ି ଓ ବର୍ଷା ସହିତ ପବନ ବହିବ ବୋଲି ପୂର୍ବାନୁମାନ ରହିଛି । ୧୦ ଓ ୧୧ ତାରିଖରେ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଶନିବାର ଟିଟିଲାଗଡ଼ରେ ୧୩ମିମି, ସୁନ୍ଦରଗଡ଼ରେ ୧୧.୬ ଓ ନବରଙ୍ଗପୁରରେ ୫ମିମି ବର୍ଷା ହୋଇଛି ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ