ଆସୁଛି ଲଘୁଚାପ, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ଵର: ଆସୁଛି ଲଘୁଚାପ। ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ଦେଖା ଦେଇଛି । ରବିବାର ଦକ୍ଷିଣ ପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୟଥେଷ୍ଟ ସମ୍ଭାବନା ରହିଛି । ୧୪-୧୬ ଜୁନ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ୧୨ ଜୁନ ପରଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବା ସହିତ ୧୪ ତାରିଖଠାରୁ ଧୀରେ ଧୀରେ ବର୍ଷାର ବିସ୍ତୃତି ବଢିପାରେ।
ଏଥିସହ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୩ ତାରିଖ ପର୍ୟ୍ୟନ୍ତ କାଳବୈଶାଖୀଜନିତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ ଆସନ୍ତାକାଲି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ମିଳିଛି । ଏହାର ପ୍ରଭାବରେ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଉପରେ ପାଗ ମେଘୁଆ ରହିବ। ଆକାଶ ବାଦଲରେ ଆଚ୍ଛାଦିତ ହେବ ବୋଲି ଅନୁମାନ କରାଯାଇଛି । ଅନ୍ୟପକ୍ଷରେ, ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ