ଆସୁଛି ଲଘୁଚାପ, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ଵର: ଆସୁଛି ଲଘୁଚାପ। ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ଦେଖା ଦେଇଛି । ରବିବାର ଦକ୍ଷିଣ ପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୟଥେଷ୍ଟ ସମ୍ଭାବନା ରହିଛି । ୧୪-୧୬ ଜୁନ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ୧୨ ଜୁନ ପରଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବା ସହିତ ୧୪ ତାରିଖଠାରୁ ଧୀରେ ଧୀରେ ବର୍ଷାର ବିସ୍ତୃତି ବଢିପାରେ।
ଏଥିସହ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୩ ତାରିଖ ପର୍ୟ୍ୟନ୍ତ କାଳବୈଶାଖୀଜନିତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ ଆସନ୍ତାକାଲି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ମିଳିଛି । ଏହାର ପ୍ରଭାବରେ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଉପରେ ପାଗ ମେଘୁଆ ରହିବ। ଆକାଶ ବାଦଲରେ ଆଚ୍ଛାଦିତ ହେବ ବୋଲି ଅନୁମାନ କରାଯାଇଛି । ଅନ୍ୟପକ୍ଷରେ, ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।

  • Related Posts

    ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଶତପ୍ରତିଶତ ଅନ୍‌ଲାଇନ୍‌ରେ ହେବ ଫର୍ମପୂରଣ

    ଭୁବନେଶ୍ବର: ୨୦୨୫-୨୬ ଶିକ୍ଷାବର୍ଷରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଫର୍ମପୂରଣ ପାଇଁ ଅଫ୍‌ଲାଇନ୍‌ରେ ଫର୍ମପୂରଣ ହେବନି ବରଂ ଶତପ୍ରତିଶତ ଅନ୍‌ଲାଇନ୍‌ରେ ଫର୍ମପୂରଣ କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଫର୍ମପୂରଣ କ୍ଷେତ୍ରରେ ଆସିବ…

    ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ପୁରୁଷ ଯୌନ ଅକ୍ଷମତା ଏବଂ ବନ୍ଧ୍ୟାତ୍ୱ ସମ୍ପର୍କିିତ ସିଏମ୍‌ଇ ଆଣ୍ଡ୍ରୋଏକ୍ସଏଲ୍ ୨୦୨୫ ଆୟୋଜିତ

    ଭୁବନେଶ୍ୱର, ଅଗଷ୍ଟ ୧୦: ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ପୁରୁଷ ଯୌନ ଅକ୍ଷମତା ଏବଂ ବନ୍ଧ୍ୟାତ୍ୱ ସମ୍ପର୍କିତ କର୍ମଶାଳା ଏବଂ ସିଏମ୍‌ଇ ଆଣ୍ଡ୍ରୋଏକ୍ସଏଲ୍ ୨୦୨୫ ସଫଳତାର ସହିତ ଆୟୋଜିତ ହୋଇଯାଇଛି। ଏହି ଦିନିକିଆ କର୍ମଶାଳାରେ ଓଡିଶାର ବିଭିନ୍ନ ସ୍ଥାନରୁ ପୁରୁଷ ଚିକିତ୍ସାବିଜ୍ଞାନୀ…

    Leave a Reply

    Your email address will not be published. Required fields are marked *

    You Missed

    Aishwarya Rai, Abhishek Bachchan& Aaradhya’s rare appearance at Mumbai airport goes viral

    ଭକ୍ତ ଦାସିଆଙ୍କ ଜନ୍ମ ଓ ସାଧନା ପୀଠରେ ଝୁଲଣ ପର୍ବ

    ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଶତପ୍ରତିଶତ ଅନ୍‌ଲାଇନ୍‌ରେ ହେବ ଫର୍ମପୂରଣ

    ଫଳାଫଳକୁ ୨ ମାସ ପୁରିଲା, ନିଯୁକ୍ତି ପତ୍ର ଅପେକ୍ଷାରେ ଫାର୍ମାସି ଅଫିସର ଓ ବହୁମୁଖୀ ପୁରୁଷ ସ୍ଵାସ୍ଥ୍ୟକର୍ମୀ

    SUM Ultimate Medicare Hosts Landmark CME on Male Sexual Dysfunction and Male Infertility – AndroXcell 2025

    ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ପୁରୁଷ ଯୌନ ଅକ୍ଷମତା ଏବଂ ବନ୍ଧ୍ୟାତ୍ୱ ସମ୍ପର୍କିିତ ସିଏମ୍‌ଇ ଆଣ୍ଡ୍ରୋଏକ୍ସଏଲ୍ ୨୦୨୫ ଆୟୋଜିତ