ଓଲଟିଲା ଟ୍ରାକ୍ଟର: ଜଣେ ମୃତ

ଯାଜପୁର: ଯାଜପୁର ସଦର ଥାନା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଉଛନ୍ତି କଳିନ୍ଦ୍ରା ବାଦ୍ ଗାଁର ନରେନ୍ଦ୍ର ନାୟକଙ୍କ ପୁଅ ଅର୍ଜୁନ ନାୟକ । ଗୁରୁତର ଆହତ ହେଉଛନ୍ତି ଗଗନ ଜେନାଙ୍କ ପୁଅ ଅର୍ଜୁନ ଜେନା ଏବଂ ସୁଦାମ ପଣ୍ଡାଙ୍କ ପୁଅ ସୌମ୍ୟରଞ୍ଜନ ପଣ୍ଡା ।ମଙ୍ଗଳବାର ବିଳମ୍ବିତ ରାତ୍ରିରେ ନଦୀରୁ ବାଲି ନେଇ ଆନଲୋଡ କରି ଟ୍ରାକ୍ଟରଟି ଫେରୁଥିଲା । ଏତିକି ବେଳେ ନଦୀ ବନ୍ଧ ଉପରେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ଓଲଟି ପଡ଼ିଥିଲା । ଫଳରେ ଗାଡ଼ିରେ ଥିବା ତିନି ଜଣ ଗାଡ଼ି ତଳେ ଚାପି ହୋଇଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଏବଂ ପୁଲିସ ପହଞ୍ଚି ସ୍ଥାନୀୟଲୋକଙ୍କ ସହାୟତାରେ ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ସମସ୍ତଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ