ଓଡ଼ିଶାର ସାଂସ୍କୃତିକ ବିଭବକୁ ବିଶ୍ଵସ୍ତରରେ ପ୍ରତିପାଦିତ କରିବା ପାଇଁ ସରକାର ନିରନ୍ତର ପ୍ରୟାସରତ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ସବୁଠାରୁ ମହତ୍ବପୂର୍ଣ୍ଣ ହେଲେ ସାଧାରଣ ଜନତା। ଜନତାର ପ୍ରତ୍ୟେକବର୍ଗର ଲୋକେ ହେଉଛନ୍ତି ଗଣତାନ୍ତ୍ରିକ ପଦ୍ଧତିର ଅଂଶ ବିଶେଷ। ଏହି ଏକ ବର୍ଷ ଥିଲା ଲୋକଙ୍କ ଆଶା-ଆକାଂକ୍ଷା ପୂରଣ କରିବାର ବର୍ଷ ଏବଂ ଏହି ବର୍ଷ ଥିଲା ସରକାର-ଜନ ସାଧାରଣଙ୍କ ମଧ୍ୟରେ ଥିବା ଖାଇକୁ ଦୂର କରି ସେତୁ ବାନ୍ଧିବାର ବର୍ଷ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ସ୍ଥିତ କନଭେନସନ ସେଣ୍ଟର ଠାରେ ରାଜ୍ୟର ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ ଓ ସ୍ଵେଚ୍ଛାସେବୀମାନଙ୍କ ସହିତ ଭାବ ବିନିମୟ ଅବସରରେ କହିଛନ୍ତି।

ବୈଠକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଏକ ବର୍ଷ ମଧ୍ୟରେ ଆମ ସରକାରର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଯେ ଆମେ ଲୋକଙ୍କ ପାଖରେ କିଭଳି ପହଁଚିବୁ, ଏବଂ ଏହାକୁ ଆମେ ସଫଳ କରି ଦେଖାଇଛୁ। ବଜେଟ ଠାରୁ ଆରମ୍ଭ କରି ବିଭିନ୍ନ ଯୋଜନା ଏବଂ ସରକାରୀ କାର୍ୟ୍ୟରେ ସ୍ୱଚ୍ଛତା, ଏ ସମସ୍ତ କାର୍ୟ୍ୟର ମୁଲ୍ୟାଙ୍କନ ଆଜି ଜନସାଧାରଣ କରୁଛନ୍ତି। ପ୍ରତ୍ୟେକ କାର୍ୟ୍ୟ ହାତକୁ ନେବା ପୂର୍ବରୁ ଆଜି ସରକାର ଲୋକମାନଙ୍କ ମତ ନେଉଛନ୍ତି ଏବଂ ତାଙ୍କ ଫିଡବ୍ୟାକ ଆଧାରରେ ହିଁ ସରକାର ସମସ୍ତ ନୀତି ପ୍ରଣୟନ କରୁଛନ୍ତି ।

ନିର୍ବାଚନ ଇସ୍ତାହାରରେ ପ୍ରତିଶୃତି ଦେଇଥିବା କାର୍ୟ୍ୟ ସହିତ ଅନେକ ଅଭିନବ ପରିକଳ୍ପନାକୁ ରୂପାୟିତ କରାଯାଇଛି। ଓଡ଼ିଶାର ବରପୁତ୍ରମାନଙ୍କୁ ସମ୍ମାନ ପ୍ରଦର୍ଶନ ହେଉ ଅବା ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ଓଡ଼ିଆ ସଂସ୍କୃତିକୁ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ପ୍ରତିପାଦିତ କରିବା ହେଉ, ସବୁଥିରେ ସରକାର ନିଜର ପ୍ରତିଶ୍ରୁତି ରକ୍ଷା କରିଛନ୍ତି । ବର୍ଷକ ସମୟ, ଗୋଟିଏ ସରକାର ପାଇଁ କେବଳ ଅୟମାରମ୍ଭ ମାତ୍ର । ଓଡ଼ିଶାର ସାଂସ୍କୃତିକ ବିଭବକୁ ବିଶ୍ଵସ୍ତରରେ ପ୍ରତିପାଦିତ କରିବା ପାଇଁ ଆମ ସରକାର ଆଗାମୀ ଦିନରେ ମଧ୍ୟ ନିରନ୍ତର ପ୍ରୟାସ ଜାରୀ ରଖିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେ କହିଥିଲେ ଯେ, ଆଗାମୀ ଦିନରେ ୨୧ ଜଣ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିଷ୍ଠା କରାଯିବ। ସ୍ଵାଧୀନ ଭାରତର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜୟନ୍ତୀ ବର୍ଷବ୍ୟାପୀ କରାଯାଉଛି। କେବଳ ପ୍ରତିମୂର୍ତ୍ତି ଅନାବରଣ ନୁହେଁ, ଆଗାମୀ ଦିନରେ ଏହିଭଳି ମହାନ ବରପୁତ୍ରମାନଙ୍କ ଜନ୍ମସ୍ଥାନରେ ସ୍ମୃତି ସଂଗ୍ରହାଳୟ, ବ୍ୟାଖ୍ୟାନ କେନ୍ଦ୍ର, ଶିଶୁ ଉଦ୍ୟାନ ତଥା ଅନ୍ୟାନ୍ୟ ଆନୁସଙ୍ଗିକ ଭିତ୍ତିଭୂମି ପ୍ରତିଷ୍ଠା କରିବା ପାଇଁ ଆମେ ଲକ୍ଷ୍ୟ ରଖିଛୁ। ରାଜ୍ୟରେ ପ୍ରାୟ ଶହେରୁ ଦେଢଶହ ଗ୍ରାମ, ଯେଉଁଠି ମହାପୁରୁଷ ଓ ମହୀୟସୀମାନେ ଜନ୍ମ ଗ୍ରହଣ କରିଥିଲେ, ତାଙ୍କ ଗ୍ରାମକୁ ଆଦର୍ଶ ଗ୍ରାମ କରି ତୋଳିବୁ।

କାର୍ୟ୍ୟକ୍ରମରେ ଅଭିଭାଷଣ ରଖି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ, ଶ୍ରୀଯୁକ୍ତ ସୂର୍ୟ୍ୟବଂଶୀ ସୂରଜ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଭରଷା ଓ ଦୃଢ ଇଚ୍ଛାଶକ୍ତି ବଳରେ ଆଜି ଓଡିଶା ନିଜ ଅସ୍ମିତା ପାଇଁ ଅନେକ ପଦକ୍ଷେପ ନେଇଛି। ଆଜି ପ୍ରତ୍ୟେକ ସୃଜନଶୀଳତାକୁ ମିଳୁଛି ପରିଚୟ। କଳା ସଂସ୍କୃତି ର ବିକାଶ ହୋଇ ଏହା ଜନାଦୃତ ହୋଇ ପାରୁଛି କେବଳ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱ ଯୋଗୁଁ।ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରକାଶିତ ପୁସ୍ତକ “ସଂସ୍କୃତି ରୁ ସମୃଦ୍ଧି” ଉନ୍ମୋଚନ ହୋଇଥିଲା।ଉକ୍ତ କାର୍ୟ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀଶ୍ରୀମତୀ ପ୍ରଭାତୀ ପରିଡ଼ା, ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂହ, ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।କାର୍ୟ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜିବ କୁମାର ମିଶ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ, ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ବିଜୟକେତନ ଉପାଧ୍ୟାୟ ଧନ୍ୟବାଦ ଦେଇଥିଲେ।

  • Related Posts

    ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ

    ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ । ବଦଳିଲା ବରିଷ୍ଠ ଅଧିକାରୀଙ୍କ ଦାୟିତ୍ୱ । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କୁ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ଗୀତାଞ୍ଜଳି ନାୟକଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର…

    Continue reading
    ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

    ଭୁବନେଶ୍ୱର: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ ପୂଜା ମଣ୍ଡପ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଦେବାକୁ ପଡ଼ୁଥିବା ଗ୍ରାଉଣ୍ଡ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ