ଯାଜପୁରରେ କଲେରା ଆକ୍ରାନ୍ତ, ୮ ଜଣଙ୍କ ନମୂନା ପଜିଟିଭ୍‌ ଚିହ୍ନଟ

ଯାଜପୁର: ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଚିନ୍ତା ବଢାଇବାରେ ଲାଗିଛି । ଏହାରି ଭିତରେ କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି । ୪୧ଟି ନମୂନା ପରୀକ୍ଷଣରେ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି । ଏହା ସହ ଜିଲ୍ଲାର ଚାରୋଟି ବ୍ଲକ ଓ ଦୁଇଟି ପୌରାଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ଅତିକ୍ରମ କରିଛି ।

ଏହାରି ଭିତରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ହୋଇଛି । ସମୀକ୍ଷା ବୈଠକରେ ଅଧିକାରୀମାନେ ଜଳବାହିତ ରୋଗର ବୃଦ୍ଧି ପାଉଥିବା ମାମଲାଗୁଡ଼ିକର ମୁକାବିଲା ପାଇଁ ରଣନୀତି ଉପରେ ଆଲୋଚନା କରିଥିଲେ । ବୈଠକରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡକ୍ଟର ନୀଳକଣ୍ଠ ମିଶ୍ର ସୂଚନା ଦେଇ କହିଥିଲେ, ଯାଜପୁରରେ ସଂଗୃହିତ ୪୧ଟି ମଳ ନମୂନା ମଧ୍ୟରୁ ୮ଟି କଲେରା ପଜିଟିଭ୍ ଚିହ୍ନଟ ହୋଇଛି । ବ୍ୟାପକ ସଚେତନତା, ପ୍ରାରମ୍ଭିକ ଚିହ୍ନଟ ଏବଂ ଚିକିତ୍ସା ଯୋଗୁ ପରିସ୍ଥିତି ନିୟନ୍ତ୍ରଣରେ ଅଛି ।

ଯାଜପୁର ଜିଲ୍ଲାରେ ଝାଡ଼ା ବାନ୍ତି ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା ୫ରେ ପହଞ୍ଚିଥିବା ବେଳେ ୧୧୨ ଜଣ ରୋଗୀ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ୩ ଜଣ ଗୁରୁତର ଥିବା ଜଣାପଡିଛି । ସେପଟେ କଟକକୁ ଆଜି ୫ ଜଣ ସ୍ଥାନାନ୍ତରିତ ହୋଇଥିବା ସୂଚନା ଦେଇଛନ୍ତି ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ । ସେପଟରେ ଫୁଡ୍ ଅଫିସର ବିଭିନ୍ନ ଖାଦ୍ୟର ମାନ ଯାଞ୍ଚ କରୁଛନ୍ତି । ଆଉ ତିନି ଚାରି ଦିନ ଭିତରେ ସବୁ ଠିକ୍ ହେବ ବୋଲି ସେ କହିଛନ୍ତି ।

  • Garvita Odia

    Related Posts

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    ୨୦ରୁ ଖୋଲିବ ସ୍କୁଲ

    ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୦ରୁ ଖୋଲିବ ସମସ୍ତ ବିଦ୍ୟାଳୟ । ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍ବଚ୍ଛତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !

    ବିମାନ ଦୁର୍ଘଟଣା: ୩୩ଜଣଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର

    ବିମାନ ଦୁର୍ଘଟଣା: ୩୩ଜଣଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର