ସିଙ୍ଗାପୁର ଗସ୍ତ ପୂର୍ବରୁ ଭୁବନେଶ୍ୱର ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ଗଣ ମାଧ୍ୟମକୁ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ମାର୍ଗଦର୍ଶନରେ ମୁଁ ଆଜି ଏକ ବରିଷ୍ଠ ପ୍ରତିନିଧି ମଣ୍ଡଳର ନେତୃତ୍ୱ ନେଇ ସିଙ୍ଗାପୁର ଅଭିମୁଖେ ବାହାରିଛି।
ଭାରତ ବାହାରେ ଏହା ହେଉଛି ମୋର ପ୍ରଥମ Investors’ Meet। ମୋର ପୁରା ବିଶ୍ୱାସ ଯେ ଏ ଯାତ୍ରା ନିଶ୍ଚୟ ସଫଳ ହେବ।

ମୁଁ ଆଶା କରୁଛି ଯେ, ଯେତେବେଳେ ସାରା ବିଶ୍ୱରୁ Investors ମାନେ ଭାରତରେ invest କରିବାକୁ ଚାହିଁବେ, ସେତେବେଳେ ଓଡିଶା ସେମାନଙ୍କର ପ୍ରଥମ ପସନ୍ଦର କ୍ଷେତ୍ର ହେବ।

ସିଙ୍ଗାପୁରରେ ମୋର ସ୍ପଷ୍ଟ ବାର୍ତ୍ତା ହେବ ଯେ, ବିଜିନେସ କରିବା ପାଇଁ ଓଡିଶା ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ଅଛି ଏବଂ ଭାରତର ବିକାଶର କାହାଣୀରେ ଓଡିଶା ସମସ୍ତଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇ ଉଭା ହେବା ପାଇଁ ପ୍ରସ୍ତୁତ ଅଛି।

ନିଜର ଉନ୍ନତ ଶିଳ୍ପ ବାତାବରଣ ପାଇଁ ସିଙ୍ଗାପୁର ପ୍ରସିଦ୍ଧ। ଏଠାରେ ରସାୟନ, ପେଟ୍ରୋକେମିକାଲ୍‌ସ, ସବୁଜ ଶକ୍ତି, ଲଜିଷ୍ଟିକ୍‌ସ, ଜାହାଜ ନିର୍ମାଣ, ଆର୍ଥିକ ସେବା, ଇଲୋକ୍ଟ୍ରୋନିକ୍‌ସ ଓ ସେମିକଣ୍ଡକ୍ଟର, ଖାଦ୍ୟ ପ୍ରକ୍ରିୟାକରଣ ଓ ବସ୍ତ୍ର ନିର୍ମାଣରେ ଆଦି କ୍ଷେତ୍ରରେ ବିଶ୍ୱର ବଡ ବଡ କମ୍ପାନୀମାନେ କାମ କରୁଛନ୍ତି।

ଆମେ ସେହି ସବୁ କମ୍ପାନୀ ଗୁଡିକର ଶୀର୍ଷ ନେତୃତ୍ୱ ମାନଙ୍କ ସହିତ ଆଲୋଚନା କରିବୁ ଏବଂ ଓଡିଶାର ପ୍ରାକୃତିକ ସମ୍ବଳ, ଦକ୍ଷ ମାନବ ସମ୍ବଳ ଓ ଆମର ଉନ୍ନତ ଶିଳ୍ପ ନୀତି ଗୁଡିକ ସମ୍ପର୍କରେ ସେମାନଙ୍କୁ ଜଣାଇବୁ ।

ମୁଁ ଓଡିଶାର ସାଢେ ଚାରି କୋଟି ଲୋକଙ୍କ ପକ୍ଷରୁ ଆମର ଟିମ୍‌କୁ ନେଇ ବିଦେଶ ଯାତ୍ରା କରୁଛି। ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱ ମାନଙ୍କୁ ବିକଶିତ ଓଡିଶା ଗଠନ ପାଇଁ, ଓଡିଶାରେ ବ୍ୟାପକ ପୁଞ୍ଜି ନିବେଶ କରିବା ପାଇଁ ଓ ବହୁ ସଂଖ୍ୟାରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ଆମେ ସେମାନଙ୍କୁ ନିମନ୍ତ୍ରଣ କରିବୁ।

ଆମେ ସିଙ୍ଗାପୁରରେ ଟୁଆସ୍ ପୋର୍ଟ, ଜୁରାଙ୍ଗ ପେଟ୍ରୋକେମିକାଲ୍‌ସ କମ୍ପ୍ଲେକ୍ସ ଏବଂ ITEES ସିଙ୍ଗାପୁର ଭଳି କେତେକ ବିଶ୍ୱ ସ୍ତରୀୟ କମ୍ପାନୀ ପରିଦର୍ଶନ କରିବୁ।

ସେମାନଙ୍କର ଉନ୍ନତ ବ୍ୟବସ୍ଥାକୁ ବୁଝିବା ସହିତ ଓଡିଶାରେ ମଧ୍ୟ ସେହି ଭଳି ବା ତା ଠାରୁ ଅଧିକ ଉନ୍ନତ ବ୍ୟବସ୍ଥା କାର୍ଯ୍ୟକାରୀ କରିବୁ।

ମୁଁ ସିଙ୍ଗାପୁର ଏବଂ ପଡୋଶୀ ASEAN ଦେଶମାନଙ୍କରେ ଥିବା ପ୍ରବାସୀ ଓଡିଆ ଭାଇଭଉଣୀମାନଙ୍କୁ ମଧ୍ୟ ଭେଟିବି। ସେମାନେ ଓଡିଆ ଭାଷା ଓ ସଂସ୍କୃତିର ବ୍ରାଣ୍ଡ ଆମ୍ବାସାଡର ହୋଇ ଆମକୁ ଗୌରବାନ୍ୱିତ କରିଛନ୍ତି। ଓଡିଶା ଓ ସିଙ୍ଗାପୁର ର ସମ୍ପର୍କକୁ ମଜବୁତ କରିବାରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ସେମାନଙ୍କ ସହିତ ଆଲୋଚନା କରି ଏ ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ସେମାନଙ୍କ ମତାମତ ଗ୍ରହଣ କରିବୁ।

ମୁଁ ଆଶା କରୁଛି ଯେ, ଏହି ଯାତ୍ରା ଯୋଗୁ ଓଡିଶାରେ ଟେକ୍‌ସଟାଇଲସ୍, କେମିକାଲ୍‌ସ, ଗ୍ରୀନ ଏନର୍ଜି, ଲଜିଷ୍ଟିକ୍‌ସ, ସିପ୍‌ ବିଲ୍‌ଡିଙ୍ଗ ଓ ଇଲେକ୍ଟ୍ରୋନିକ୍‌ସ କ୍ଷେତ୍ରରେ ପୁଞ୍ଜି ନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି ହେବ। ଏହା ଦ୍ୱାରା ଓଡିଶାରେ ଯୁବକମାନଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

Related Posts

ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

Continue reading
ନିଟ୍ ପୁନଃ ପରୀକ୍ଷା: ବ୍ୟକ୍ତିଗତ ଭାବେ ତୀକ୍ଷ୍ଣ ନଜର ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ବିବାଦ ପରେ ଜୁନ୍ ୨୧ ତାରିଖରେ ହେବାକୁ ଥିବା ନିଟ୍ ପୁନଃ ପରୀକ୍ଷା ପାଇଁ କେନ୍ଦ୍ର ସରକାର ବର୍ତ୍ତମାନ ପ୍ରକ୍ରିୟାର ପ୍ରତ୍ୟେକ ପର୍ୟ୍ୟାୟରେ ସୁରକ୍ଷା କଡ଼ାକଡ଼ି କରୁଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଦିଲ୍ଲୀସ୍ଥିତ ବାସଭବନରେ…

Continue reading

Leave a Reply

Your email address will not be published. Required fields are marked *

You Missed

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ