ସମ ହସ୍ପିଟାଲରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଟ୍ରାନ୍ସଭଜାଇନାଲ୍ ଓ ଟ୍ରାନ୍ସରେକ୍ଟାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା ଗତ ଜୁନ୍ ୭ ଓ ୮ ତାରିଖ ଦୁଇ ଦିନ ଧରି ହସ୍ପିଟାଲ ପରିସରରେ ଆୟୋଜିତ ହୋଇଯାଇଛି ।
ସମ୍ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ ସାରା ଦେଶରୁ ପ୍ରାୟ ୭୭ ଜଣ ମହିଳା ଫିଜିଓଥେରାପିଷ୍ଟ ଯୋଗ ଦେଇଥିବା ବେଳେ ଅହମ୍ମଦାବାଦର ବିଶିଷ୍ଟ ଫିଜିଓଥେରାପି ବିଶେଷଜ୍ଞ ଡାକ୍ତର ଧାରା ଶାହ କର୍ମଶାଳାର ପ୍ରସଙ୍ଗକୁ ନେଇ ତଥ୍ୟ ପ୍ରଦାନ କରିଥିଲେ ।
ଶରୀରରେ ପେଲଭିକ ଫ୍ଲୋର ମାଂସପେଶୀ ଖୁବ ଗୁରୁତ୍ୱପୂର୍ଣ୍ଣ । କାରଣ ଏହା ମୂତ୍ରାଶୟ, ଗର୍ଭାଶୟ, ଗର୍ଭାଶୟ ନଳୀ, ଡିମ୍ବାଶୟ, ମୂତ୍ରନଳୀ, ମଳାଶୟ, ମଳାଶୟ ନଳୀ, ଡିମ୍ବକୋଷ ତଥା ମଳତ୍ୟାଗ ଓ ମୂତ୍ର୍ରାଶୟର ନିୟନ୍ତ୍ରଣ କାର୍ଯ୍ୟରେ ସହଯୋଗ କରିଥାଏ ।
କର୍ମଶାଳାରେ ପରିସ୍ରା ଏବଂ ମଳ କ୍ଷରଣ ଏବଂ କୋଷ୍ଟକାଠିନ୍ୟ, ଯୌନ କାର୍ଯ୍ୟରେ ଅନିୟମିତତା ଭଳି ବିଷୟ ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।
ସମ୍ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗ ପ୍ରଥମ ଥର ପାଇଁ ଏକ ଇଂଟିମେଟ ହେଲ୍‌ଥ ଚେକ୍‌ଅପ୍ କ୍ଲିନିକ୍ ଆରମ୍ଭ କରିବାର ଯୋଜନା କରୁଥିବା ହସ୍ପିଟାଲ୍ କର୍ତୃପକ୍ଷ ସୂଚନା ଦେଇଛନ୍ତି ।
ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ରାଜ୍ୟର ପ୍ରଥମ ଥର ପାଇଁ ମହିଳା ଫିଜିଓଥେରାପିଙ୍କୁ ନେଇ ଏଭଳି କର୍ମଶାଳା ଆୟୋଜନ କରାଯାଇଥିଲା ।

Garvita Odia

Related Posts

ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

୨୦ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୦ରୁ ଖୋଲିବ ସମସ୍ତ ବିଦ୍ୟାଳୟ । ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍ବଚ୍ଛତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ପାନୀୟ ଜଳ…

Leave a Reply

Your email address will not be published. Required fields are marked *

You Missed

ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

୨୦ରୁ ଖୋଲିବ ସ୍କୁଲ

୨୦ରୁ ଖୋଲିବ ସ୍କୁଲ

ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

୨୦ରୁ ଖୋଲିବ ବିଦ୍ୟାଳୟ !

୨୦ରୁ ଖୋଲିବ ବିଦ୍ୟାଳୟ !

ବିମାନ ଦୁର୍ଘଟଣା: ୩୩ଜଣଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର

ବିମାନ ଦୁର୍ଘଟଣା: ୩୩ଜଣଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର