ନଦୀରେ ବୁଡି ୨ ମୃତ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଲୁଲୁଙ୍ଗ ନିକଟ ପଳପଳା ନଦୀରେ ବୁଡି ୨ ଜଣଙ୍କ ମୃତ୍ୟୁ । ମୃତ ଯୁବକ ମାନେ ବାରିପଦା ଓ୍ବାର୍ଡ ନମ୍ବର ୨୧ ପୂର୍ଣ୍ଣଚନ୍ଦ୍ରପୁର ଅଞ୍ଚଳର ଅଙ୍କିତ କୁମାର ଭୂଜବଳ ଏବଂ ରଘୁନାଥପୁର ଅଞ୍ଚଳର ଅଂଶୁମାନ ନାଏକ ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ବାରିପଦା ଅଞ୍ଚଳର ୭ଜଣ ସାଙ୍ଗ ଶିମିଳିପାଳ ବୁଲିବାକୁ ଯାଇଥିଲେ । ନଦୀରେ ଗାଧୋଇବା ସମୟରେ ଗୋଡ ଖସିଯିବାରୁ ୨ ଜଣ ଭାସି ଯାଇଥିଲେ । ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚିବା ସହ ୨ ଜଣଙ୍କ ମୃତଦେହ ଉଦ୍ଧାର କରି ବାରିପଦା ପିଆରଏମ୍ ହସ୍ପିଟାଲକୁ ପଠାଇଛନ୍ତି । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଗାଧୋଇବା ବେଳେ ସମସ୍ତେ ପାଣିକୁ ଓହ୍ଲାଇଥିଲେ । ହେଲେ ଅଂଶୁମାନ ଓ ଅଙ୍କିତ ଅଧିକ ପାଣିକୁ ଚାଲିଯିବାରୁ ତଳକୁ ଖସଡ଼ି ଯାଇଥିଲେ । ଅନ୍ୟ ୨ ଜଣ ମଧ୍ୟ ବୁଡି ଯାଉଥିବା ବେଳେ କୂଳରେ ଥିବା ୩ ଜଣ ସାଙ୍ଗ ସେମାନଙ୍କୁ କୌଣସି ପ୍ରକାରରେ ସେମାନଙ୍କୁ ବାହାରକୁ ଟାଣି ଆଣିଥିଲେ ବୋଲି ଅଳ୍ପକେ ବର୍ତ୍ତି ଯାଇଥିବା ଯୁବକ କହିଛନ୍ତି ।

  • Garvita Odia

    Related Posts

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    ୨୦ରୁ ଖୋଲିବ ସ୍କୁଲ

    ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୦ରୁ ଖୋଲିବ ସମସ୍ତ ବିଦ୍ୟାଳୟ । ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍ବଚ୍ଛତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !

    ବିମାନ ଦୁର୍ଘଟଣା: ୩୩ଜଣଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର

    ବିମାନ ଦୁର୍ଘଟଣା: ୩୩ଜଣଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର