ଝାଡ଼ାବାନ୍ତି ; ବରୀରେ ମାଛ, ଚିକେନ ବିକ୍ରି ଉପରେ ଲାଗିଲା ପ୍ରତିବନ୍ଧକ

ଯାଜପୁର: ଯାଜପୁର ଜିଲ୍ଲାରେ ବ୍ୟାପୁଥିବା ଝାଡ଼ାବାନ୍ତିକୁ ନିୟନ୍ତ୍ରଣ ପାଇଁ ପ୍ରଶାସନ ପୂରା ଦମ୍‌ରେ ଲାଗିପଡ଼ିଛି। ଯଥାଶୀଘ୍ର ଯେପରି ଏହି ସମସ୍ୟାରୁ ମୁକ୍ତି ମିଳିବ ସେଥିପାଇଁ ଘରକୁ ଘର ସର୍ଭେ କରି ଆରମ୍ଭରୁ ରୋଗ ଚିହ୍ନଟ କରିବା, ସରକାରୀ ଡାକ୍ତରଖାନାରେ ବେଡ୍ ସଂଖ୍ୟା ବୃଦ୍ଧି, ଉପଯୁକ୍ତ ଚିକିତ୍ସା, ହସ୍ପିଟାଲରେ ଆବଶ୍ୟକ ମେଡିସିନ୍ ଓ ସାଲାଇନ୍ ମହଜୁଦ୍ ରଖିବା ଉପରେ ଗୁରୁତ୍ବାରୋପ କରିଛନ୍ତି ମୁଖ୍ୟ ଶାସନ ସଚିବ। ସେପଟେ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ସ୍ବତନ୍ତ୍ର ମେଡିକାଲ ଟିମ୍ ଘନ ଘନ ଗାଁକୁ ଯାଇ ପରୀକ୍ଷା କରୁଛନ୍ତି।

ଏହି କ୍ରମରେ ଏବେ ବରୀ ଅଞ୍ଚଳରେ ମାଛ, ଚିକେନ, ଫାଷ୍ଟ ଫୁଡ୍‌ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ତହସିଲଦାର। ଅର୍ଥାତ ଏବେ ଏଠାରେ ଏସବୁ ଜିନିଷ ବିକ୍ରି କରାଯାଇପାରିବନାହିଁ। ସେହିଭଳି ଚାଟ୍‌, ଗୁପଚୁପ, ମିଠା, ଆଇସକ୍ରିମ୍ ବିକ୍ରିକୁ ମଧ୍ୟ ମନା। ଏହା ସହ ବରୀ ଅଞ୍ଚଳରେ ଖୋଲିବନି ହୋଟେଲ, ଜଳଖିଆ ଦୋକାନ ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହି କଟକଣା ୨ ସପ୍ତାହ ଯାଏ ଲଗାଯାଇଛି।ଏହା ପୂର୍ବରୁ ମଧ୍ୟ ଯାଜପୁରରେ କଲେରା ଚିହ୍ନଟ ହେବା ପରେ ପ୍ରଶାସନ ସାମୂହିକ ସମାବେଶରେ ଭୋଜିର ଆୟୋଜନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !