
ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୁର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡକୁ ଗତି କରୁଛି । ଫଳରେ ଏକ ଟ୍ରଫ୍ ଲାଇନ ମଧ୍ୟପ୍ରଦେଶରୁ ଛତିଶଗଡ଼, ଝାଡ଼ଖଣ୍ଡ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ବାଂଲାଦେଶ ପର୍ୟ୍ୟନ୍ତ ବ୍ୟାପିଛି । ଯାହକି ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ୟ୍ୟନ୍ତ ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଆଡକୁ ଗତି କରୁଛି । ଫଳରେ ଆସନ୍ତା କିଛି ଦିନ ପାଇଁ ରାଜ୍ୟରେ ବର୍ଷା ଓ କୋହଲା ପାଗ ଜାରି ରହିବ । ତେଣୁ ଆଜିଠୁ କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତା ୧୭ତାରିଖରୁ ୧୯ତାରିଖ ଯାଏଁ କୋହଲା ପାଗ ସହ ୪୦ରୁ ୫୦କିମି ବେଗରେ ପବନ ବହିବା ସହ ସମୁଦ୍ର ଭିତରକୁ ମତ୍ସଜୀବୀଙ୍କୁ ଯିବା ପାଇଁ ବାରଣ କରାଯାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗଜପତି, ରାୟଗଢା, କୋରାପୁଟ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର, ମୟୂରଭଞ୍ଜ , ଜଗତସିଂହପୁର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ନୟାଗଡ଼, କେନ୍ଦୁଝର ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ଝଟକା ପବନ ହେବାର ସମ୍ଭାବନା ରହିଛି । ୧୬ତାରିଖ ପାଇଁ ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ସମ୍ବଲପୁର, ଦେଓଗଡ଼, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଗଜପତି, ରାୟଗଜା, କୋରାପୁଟ, କଳାହାଣ୍ଡି ନୂଆପଡା ଓ ବଲାଙ୍ଗୀର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।ସେହିପରି ୧୭ ତାରିଖରେ ସୁନ୍ଦରଗଡ, କେନ୍ଦୁଝର, ବରଗଡ, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜରି ହୋଇଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼ ଓ ସମ୍ବଲପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ଝଟକା ପବନ ହେବାର ସମ୍ଭାବନା ରହିଛି ।