ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ ।ସ୍କୁଲରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ଭଲ ଖାଦ୍ୟ ମିଳିବ । ଯେମିତି ସ୍ୱାସ୍ଥ୍ୟକର ପରିବେଶ ଭିତରେ ଉତ୍ତମ ଖାଦ୍ୟ ମିଳିବ ତା ଉପରେ ଗୁରୁତ୍ୱ ଦେଇଛନ୍ତି ସରକାର । ଏନେଇ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ସବୁ ଜିଲ୍ଲା ଶିକ୍ଷାଅଧିକାରୀଙ୍କୁ ଚିଠି କରିଛନ୍ତି ।
ସ୍କୁଲରେ ପିଲାଙ୍କ ମିଡ୍‌ ଡେ ମିଲକୁ ନେଇ ଅନେକ ସମୟରେ ଅଭିଯୋଗ ହୋଇଥାଏ । କେଉଁଠି ପାଣିଆ ଡାଲି କଥା ଉଠେ ତ ଆଉ କେଉଁଠି ପୋକରା ଚାଉଳରେ ଭାତ କଥା ଆସେ । ଏହାକୁ ରୋକିବା ପାଇଁ ଏବେ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରି ଜଣାଇଛି । ସ୍କୁଲ ଖୋଲିବା ପୂର୍ବରୁ ରୋଷେଇ ସ୍ଥାନ ପରିଷ୍କାର କରିବା ସହ ମାନ ପରୀକ୍ଷଣ ପାଇଁ ରେଜିଷ୍ଟର ରଖିବାକୁ ନିର୍ଦ୍ଦେଶ ଦେଇଛି ଗଣଶିକ୍ଷା ବିଭାଗ ।ବିଶେଷ କରି ମଧ୍ୟାହ୍ନ ଭୋଜନ ମାନ ପରଖିବେ ଅଭିଭାବକ । ରୋଷେଇ ସାମଗ୍ରୀ ଯାଞ୍ଚ କରିବେ ପ୍ରଧାନଶିକ୍ଷକ । ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ୍‌ ଶିକ୍ଷା ଅଧିକାରୀ କରିବେ ବୈଠକ । ସ୍କୁଲ୍‌ରେ ରହିବ ମାନ ପରୀକ୍ଷଣ ରେଜିଷ୍ଟର । ସ୍କୁଲ୍‌ ଖୋଲିବା ପୂର୍ବଦିନ ରୋଷେଇ ସ୍ଥାନ ପରିଷ୍କାର ହେବ । ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ହେବେନି କୌଣସି ଛାତ୍ରଛାତ୍ରୀ । ସରକାରଙ୍କ ଏଭଳି ପଦକ୍ଷେପକୁ ସ୍ୱାଗତ କରିଛନ୍ତି ଅଭିଭାବକ ।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ୨୦ରୁ ଖୋଲିବ ସ୍କୁଲ

    ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୦ରୁ ଖୋଲିବ ସମସ୍ତ ବିଦ୍ୟାଳୟ । ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍ବଚ୍ଛତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !