ସାରା ରାଜ୍ୟକୁ ଛୁଇଁଲା ମୌସୁମି

ଭୁବନେଶ୍ୱର: ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ ଭାଗରେ ଲଘୁଚାପଟି ଦକ୍ଷିଣ ଗୁଜରାଟ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଏବଂ ପୂର୍ବ ଭାଗରେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ସୃଷ୍ଟି ହୋଇଛି। ଏହି ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଛି। ସାରା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ତିନିଦିନ ପର୍ୟ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୦ତାରିଖରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସ୍ଥଳବିଶେଷରେ ଝଟକା ପବନର ବେଗ ଘଣ୍ଟାପ୍ରତି ୬୦କି.ମି. ଛୁଇଁପାରେ। ସମୁଦ୍ର ଅଶାନ୍ତ ରହିବା ଯୋଗୁ ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସମୁଦ୍ର ଉପକୂଳବର୍ତ୍ତୀ ଗାଁ ଗୁଡିକ ସତର୍କ ରହିବାକୁ ସରକାରଙ୍କ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ କରାଯାଇଛି।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ଦୁଇଦିନ ପର୍ୟ୍ୟନ୍ତ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

  • Garvita Odia

    Related Posts

    ଆସନ୍ତାକାଲି ଆଇଆଇଏମସି ଢେଙ୍କାନାଳଠାରେ ସ୍ପଟ୍‌ ଆଡମିଶନ୍‌

    ଢେଙ୍କାନାଳ: ଭାରତୀୟ ଜନସଞ୍ଚାର ପ୍ରତିଷ୍ଠାନ (ଆଇଆଇଏମସି), ଢେଙ୍କାନାଳଠାରେ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମରେ ଖାଲି ଥିବା କିଛି ଆସନରେ ଆସନ୍ତାକାଲି ସ୍ପଟ୍‌ ଆଡମିଶନ୍‌ କରାଯିବ। ଆଇଆଇଏମସି ଢେଙ୍କାନାଳ କ୍ୟାମ୍ପସ୍‌ ଠାରେ ଗୁରୁବାର, ୧୯ ଜୁନ୍‌ ପୂର୍ବାହ୍ନ…

    ସୋଆ ପକ୍ଷରୁ ଭାରତୀୟ ପାଣିପାଗ ବିଭାଗର ମହାନିଦେ୍ର୍ଧଶକଙ୍କୁ ସମ୍ବର୍ଦ୍ଧନା

    ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ମହାନିଦେ୍ର୍ଧଶକ ଡକ୍ଟର ମୃତୁ୍ୟଞ୍ଜୟ ମହାପାତ୍ରଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି । ନିକଟରେ ଡକ୍ଟର ମହାପାତ୍ରଙ୍କୁ ବିପର୍ଯ୍ୟୟ ବିପଦ ହ୍ରାସ କ୍ଷେତ୍ରରେ ଅବଦାନ ନିମନ୍ତେ ସମ୍ମାନଜନକ ଜାତିସଂଘ ସାସାକାୱା…

    Leave a Reply

    Your email address will not be published. Required fields are marked *

    You Missed

    ସମ୍ ହସ୍ପିଟାଲରେ ଯୁବକଙ୍କ ଶ୍ୱାସ ନଳୀରୁ ପ୍ଲାଷ୍ଟିକ୍ ହୁଇସିଲ୍ ବାହାର କରିବାରେ ସଫଳ ହେଲେ ଡାକ୍ତରୀ ଟିମ୍

    ସମ୍ ହସ୍ପିଟାଲରେ ଯୁବକଙ୍କ ଶ୍ୱାସ ନଳୀରୁ ପ୍ଲାଷ୍ଟିକ୍ ହୁଇସିଲ୍ ବାହାର କରିବାରେ ସଫଳ ହେଲେ ଡାକ୍ତରୀ ଟିମ୍

    ଡ୍ରାମା କରୁଛନ୍ତି ମୋହନ ସରକାର:ସୁର

    ଡ୍ରାମା କରୁଛନ୍ତି ମୋହନ ସରକାର:ସୁର

    ଆସନ୍ତାକାଲି ଆଇଆଇଏମସି ଢେଙ୍କାନାଳଠାରେ ସ୍ପଟ୍‌ ଆଡମିଶନ୍‌

    ଆସନ୍ତାକାଲି ଆଇଆଇଏମସି ଢେଙ୍କାନାଳଠାରେ ସ୍ପଟ୍‌ ଆଡମିଶନ୍‌

    ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ

    ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ

    ଘାଇ ତଳକୁ ଖସି ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

    ଘାଇ ତଳକୁ ଖସି ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

    ୧୫ ଅଗଷ୍ଟରୁ ନୂଆ ଫାସ୍‌ ଟ୍ୟାଗ୍ ନିୟମ

    ୧୫ ଅଗଷ୍ଟରୁ ନୂଆ ଫାସ୍‌ ଟ୍ୟାଗ୍ ନିୟମ