ମୋଦୀଙ୍କ ହାତରେ ଦେଶ ସୁରକ୍ଷିତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜନତା ମୈଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉଦବୋଧନ ଦେଇ କହିଥିଲେ, ଏହା ଓଡ଼ିଶା ପାଇଁ ଗୌରବର ଦିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହାତରେ ଦେଶ ସୁରକ୍ଷିତ । ଦେଶ ଆଜି ବିଶ୍ୱର ଚତୁର୍ଥ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ବର୍ଷେ ଶାସନର ସୌଭାଗ୍ୟ ମିଳିଛି । ବର୍ଷକ ଭିତରେ ଅନେକ ଉପଲବ୍ଧି ମିଳିଛି । ଓଡ଼ିଶା ବିକାଶ ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତ ହୋଇଛି । ସମସ୍ତ ୩୦ ଜିଲ୍ଲା ଗସ୍ତ କରି ଲୋକଙ୍କ ଦୁଃଖ ବୁଝୁଛି । ୧୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିପାରିଛୁ । ଲକ୍ଷପତି ଦିଦି ସୃଷ୍ଟିରେ ସାରା ଦେଶରେ ପ୍ରଥମ ହୋଇପାରିଛି ଓଡ଼ିଶା । ଚାଷୀଙ୍କୁ ୮ଶହ ଟଙ୍କା ବୋନସ ପ୍ରଦାନ କରିପାରିଛୁ ।

ଗୋଟିଏ ବର୍ଷରେ ଓଡ଼ିଶାରେ ବିଜେପି ସରକାରର ସଫଳତାକୁ ନେଇ ମୁଖ୍ୟମନ୍ତ୍ରୀ ରିପୋର୍ଟ ଦେଇଥିଲେ । ସେ କହିଥିଲେ, ଆୟୁଷ୍ମାନ ଯୋଜନା, ନୂଆ ଶିକ୍ଷା ନୀତି ଭଳି ଯୋଜନା ନୂଆ ସରକାର ଆସିଲା ପରେ ଲାଗୁ ହୋଇଛି । ବର୍ଷକ ଭିତରେ ଅନେକ ଉପଲବ୍ଧି ମିଳିଛି । ଓଡ଼ିଶାରେ ପୂର୍ବୋଦୟର ବିକାଶ ହେବ । ଶିଳ୍ପ କେବଳ ଏମଓୟୁରେ ଅଟକି ରହିନି । ୧ ଲକ୍ଷ ୮୦ ହଜାର କୋଟିର ନିବେଶ ହେବ । ୨୦୩୬ ସୁଦ୍ଧା ୫ ମିଲିୟନ ଅର୍ଥନୀତିରେ ପହଞ୍ଚିବୁ । ବିକଶିତ ଓଡ଼ିଶାର ସ୍ୱପ୍ନ ପୂରଣ ହେବାକୁ ଯାଉଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ