ଗୋପାଳପୁର ଗଣଦୁଷ୍କର୍ମ; ୬ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ୍

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ଗୋପାଳପୁର ଗଣଦୁଷ୍କର୍ମ ଘଟଣା, ଛଅ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିଲା କ୍ରାଇମବ୍ରାଞ୍ଚ୍ । ଗତ ୧୫ ତାରିଖ ରାତିରେ ଗୋପାଳପୁର ସମୁଦ୍ର ବେଳାଭୂମିରେ ଜଣେ ଯୁବତୀ ଗଣଦୁଷ୍କର୍ମର ଶିକାର ହୋଇଥିବା ନେଇ ଗୋପାଳପୁର ଥାନାରେ ଅଭିଯୋଗ ହୋଇଥିଲା ।ଏହି ଘଟଣାରେ ସମ୍ପୃକ୍ତ ୧୦ ଜଣ ଅଭିଯୁକ୍ତକୁ ଗିରଫ କରିଥିଲା ପୋଲିସ । ସେମାନଙ୍କ ଭିତରୁ ଛଅ ଜଣ ଅଭିଯୁକ୍ତକୁ ଅଧିକ ପଚରାଉଚରା କରିବା ପାଇଁ ରିମାଣ୍ଡରେ ଆଣିିଛି କ୍ରାଇମବ୍ରାଞ୍ଚ୍ ଟିମ୍ ।ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ୧୦ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଦୁଷ୍କର୍ମ କରିଥିଲେ । ତେବେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣ ନାବାଳକ ରହିଥିଲେ । ଏହାପରେ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ରଖାଯାଇଥିଲା । ୧୦ ଅଭିଯୁକ୍ତଙ୍କ ମଧ୍ୟରୁ ୬ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବା ପାଇଁ କୋର୍ଟରେ କ୍ରାଇମବ୍ରାଞ୍ଚ୍ ପକ୍ଷରୁ ଆବେଦନ କରାଯାଇଥିଲା । କୋର୍ଟର ଅନୁମତି ପରେ ମଙ୍ଗଳବାର ସମସ୍ତ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜେଲରୁ ଦିନିକିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ । ଇତି ମଧ୍ୟରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରପତିଙ୍କ ଉପସ୍ଥିତିରେ ପୀଡିତା ଟି.ଆଇ ପ୍ୟାରେଡରେ ସମସ୍ତ ୬ ଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିଲା । ଏହି ଘଟଣାରେ ଅଭିଯୁକ୍ତଙ୍କୁ ନେଇ ସିନ ରିକ୍ରିଏସନ କରିପାରେ କ୍ରାଇମବ୍ରାଞ୍ଚ । ଏହି ଘଟଣାକୁ ନେଇ ରାଜ୍ୟ ସରକାର ଏବଂ ପୋଲିସ ମୁଖ୍ୟାଳୟ ଅଧିକ ଗୁରୁତ୍ୱ ଦେଇଥିବା ବେଳେ କ୍ରାଇମବ୍ରାଞ୍ଚ ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଛି ।

  • Garvita Odia

    Related Posts

    ବ୍ରହ୍ମପୁରରେ ଏନକାଉଣ୍ଟର

    ବ୍ରହ୍ମପୁର : ବ୍ରହ୍ମପୁର କବିସୂର୍ୟ୍ୟନଗରର ପୁଲିସର ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ ହୋଇ ଏମକେସିଜିରେ ଭର୍ତ୍ତି ହୋଇଛି। ସୂଚନା ଅନୁସାରେ ପୀତାତଳି-ଚିକିଟି ରାସ୍ତାରେ ଗୋଳନ୍ଥରା ପୁଲିସ ଏନକାଉଣ୍ଟର କରିଥିଲା। ସୁନୀଲ ନାହକ ପୁଲିସ ଉପରକୁ ଆକ୍ରମଣ କରିବାରୁ ପୁଲିସ…

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

    Leave a Reply

    Your email address will not be published. Required fields are marked *

    You Missed

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ  କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଏନକାଉଣ୍ଟର, ଆତଙ୍କୀ ନିପାତ

    ଏନକାଉଣ୍ଟର, ଆତଙ୍କୀ ନିପାତ

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’