ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ମାମଲା, ୨ ଯୁବକ ଗିରଫ

ଯାଜପୁର: ଦିଲ୍ଲୀରୁ ଯାଜପୁରକୁ ନିଜ ସାଙ୍ଗ ବାପାଙ୍କ ଶ୍ରାଦ୍ଧ ପାଇଁ ଆସିଥିବା ଜଣେ ଯୁବତୀଙ୍କୁ ଅସଦାଚରଣ ମାମଲାରେ ଦଶରଥପୁର ପୋଲିସ ୨ ଜଣକୁ ଗିରଫ କରିଛି। ଗିରଫ ଦୁଇ ଜଣ ହେଲେ ଅନିଲ ଜେନା ଏବଂ ନୀତେଶ ଜେନା।ସୂଚନା ଥାଉକି, ସାଗରପୁର ଗ୍ରାମର ଜଣେ ଯୁବତୀ ବାପାଙ୍କ ଶ୍ରାଦ୍ଧ ପାଇଁ ଦିଲ୍ଲୀରୁ ଆସିଥିଲେ। ତାଙ୍କ ସହ ତାଙ୍କର ଜଣେ ବାନ୍ଧବୀ ମଧ୍ୟ ଆସିଥିଲେ। ଉଭୟ ଦିଲ୍ଲୀରେ ପାଠ ପଢ଼ୁଛନ୍ତି। ତେବେ ରବିବାର ସନ୍ଧ୍ୟାରେ ଉଭୟ ଯାଜପୁର ବିରଜା ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ଭଦ୍ରକ ପଡ଼ିଆ ସିମେଣ୍ଟ ଗୋଡାଉନ ନିକଟରେ ଦୁଇ ଯୁବତୀଙ୍କୁ ଦୁଇ ଜଣ ଯୁବକ ଅସଦାଚରଣ କରିଥିବା ଥାନାରେ ଅଭିଯୋଗ କରିଥିଲେ ଯୁବତୀ। ଅଭିଯୋଗ ଅନୁସାରେ, ଅନିଲ ଜେନା ଏବଂ ନୀତେଶ ଜେନା ନାମକ ଦୁଇ ଯୁବକ ସେମାନଙ୍କୁ ରାସ୍ତାରେ ଅଟକାଇ ଅସଦାଚରଣ କରିଥିଲେ। ଅସଭ୍ୟ ଭାଷା କହିବା ସହ ତାଙ୍କ ହାତ ଏବଂ ପିନ୍ଧି ଥିବା ବସ୍ତ୍ରକୁ ଟଣା ଓଟରା କରିଥିଲେ।

ଅଭିଯୋଗ ଆଧାରରେ ଦଶରଥପୁର ପୋଲିସ ତଦନ୍ତ ଆରମ୍ଭ କରିଥିଲା ଏବଂ ଅନିଲ ଜେନାକୁ କାବୁ କରିବାରେ ସଫଳ ହୋଇଥିଲା। ହେଲେ ଗିରଫ ଭୟରେ ସେ ବିଷାକ୍ତ ଫଳ ଖାଇଦେଇଥିଲା। ଏମିତିରେ ପୋଲିସ ଅନିଲକୁ ଦଶରଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲା। ଆଉ ଏବେ ଘଟଣା ଅନ୍ୟ ଅଭିଯୁକ୍ତକୁ ମଧ୍ୟ ଗିରଫ କରିଛି ପୋଲିସ।

  • Garvita Odia

    Related Posts

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

    ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ

    କେନ୍ଦୁଝର: ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ମେଲାଣ ରଙ୍ଗମାଟିଆ ସାହିରେ ଅଘଟଣ । ପୁଅର ଟାଙ୍ଗିଆ ଚୋଟରେ ମାଆର ମୃତ୍ୟୁ ହୋଇଛି । ମୃତକ ହେଲେ ଗ୍ରାମର ରିଣ୍ଡି ସୋରେନ । ମହିଳାଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ